ଆଜି ସ୍ଥଳଭାଗ ଛୁଇଁବ ‘ଅସାନି’

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ବାତ୍ୟା ‘ଅସାନି’ ବୁଧବାର ପୂର୍ବାହ୍ନ ୧୧ ସୁଦ୍ଧା ଆନ୍ଧ୍ରପ୍ରଦେଶର କାକିନାଡ଼ା-ବିଶାଖାପଟଣା ମଧ୍ୟଦେଇ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆକଳନ କରିଛି। ମଙ୍ଗଳବାର ‘ଅସାନି’ ଭୀଷଣ ବାତ୍ୟାରେ ପରିଣତ ହୋଇସାରିଛି। ଏହା ପଶ୍ଚିମ-କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୨୩ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ବାତ୍ୟା ଗୋପାଳପୁରଠାରୁ ଦକ୍ଷିଣ-
ଦକ୍ଷିଣ ପଶ୍ଚିମରେ ୬୦୦ କି.ମି. ଏବଂ ପୁରୀଠାରୁ ଦକ୍ଷିଣ-ପଶ୍ଚିମ ଦିଗରେ ୫୭୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆକଳନ ଅନୁଯାୟୀ ଏହା ସ୍ଥଳଭାଗ ଛୁଇଁବା ପରେ ଉତ୍ତର ପଶ୍ଚିମ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳକୁ ମୁହଁାଇବ ଏବଂ ଧୀରେ ଧୀରେ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଯିବ। ବାତ୍ୟା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡା, ଖୋର୍ଦ୍ଧା, ଜଗତ୍‌ସିଂହପୁର ଓ କଟକ ଜିଲାରେ କେତେକ ସ୍ଥାନରେ ପ୍ରବଳ ୭ରୁ ୧୧ ସେମି ବର୍ଷା ହୋଇପାରେ। ବାତ୍ୟା ପ୍ରଭାବରେ ମଙ୍ଗଳବାର ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ସେହିପରି ଆସନ୍ନ ବାତ୍ୟାର ଭୟାବହତାକୁ ଦୃଷ୍ଟିରେ ରଖି ବିଶାଖାପାଟନମ୍‌ ଅନ୍ତର୍ଜାତୀୟ ବିମାନବନ୍ଦର ପକ୍ଷରୁ ୨୩ଟି ବିମାନ ଚଳାଚଳ ବାତିଲ କରାଯାଇଛି।
ଆସନ୍ତା ୧୨ ତାରିଖ ଯାଏ ଉପକୂଳରେ ୪୦ରୁ ୫୦ କିଲୋମିଟର, ବେଳେ ବେଳେ ୬୦ କିଲୋମିଟର ବେଗରେ ପବନ ବହିପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଆସନ୍ତା ୧୩ ତାରିଖ ଯାଏ ମାଛ ଧରିବା ପାଇଁ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଗୋପାଳପୁର ବନ୍ଦରରେ ୩ ନମ୍ବର ଏବଂ ରାଜ୍ୟର ଅନ୍ୟାନ୍ୟ ବନ୍ଦରରେ ୨ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ଭାରତୀୟ ପାଣିପାଗ ବିଭାଗର ସତର୍କ ସୂଚନା, ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ନିର୍ଦ୍ଦେଶ ଓ ଜିଲା ପ୍ରଶାସନର ତାଗିଦ୍‌କୁ ଅଣଦେଖା କରି କେତେଜଣ ମତ୍ସ୍ୟଜୀବୀ ସମୁଦ୍ରକୁ ବୋଟ ସହ ମାଛ ଧରିବାକୁ ଯାଇ ନିଜ ଜୀବନକୁ ବିପନ୍ନ କରିବା ସହ ପ୍ରଶାସନକୁ ଅସୁବିଧାରେ ପକାଉଛନ୍ତି ା ଏ ସମ୍ପର୍କରେ ସ୍ବତନ୍ତ୍ର ରିଲିଫ କମିଶନର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ, ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ସଚିବ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର,କେନ୍ଦ୍ରପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲାପାଳଙ୍କ ନିମନ୍ତେ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାପାଳମାନେ ବିପର୍ଯ୍ୟୟ ପରିଚାଳନା ଆଇନ-୨୦୦୫ ଆଧାରରେ ମତ୍ସ୍ୟଜୀବୀମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ଏବଂ ମତ୍ସ୍ୟଜୀବୀମାନଙ୍କ ମଧ୍ୟରେ ସଚେତନା ସୃଷ୍ଟି ପାଇଁ ମଧ୍ୟ ପଦକ୍ଷେପ ନେବେ। ସେହିପରି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ଓ ବାଣିଜ୍ୟ ପରିବହନ ବିଭାଗ ଏ କ୍ଷେତ୍ରରେ ଆଇନ ଭଙ୍ଗ କରୁଥିବା ମତ୍ସ୍ୟଜୀବୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଟାନ ଗ୍ରହଣ କରିବାକୁ କୁହାଯାଇଛି।
ବାତ୍ୟାଜନିତ ବର୍ଷା ଯୋଗୁ ଉପକୂଳ ଓଡ଼ିଶାରେ ପନିପରିବା, ଡାଲିଜାତୀୟ ଫସଲ ଉପରେ ପ୍ରଭାବ ପଡିବା ଆଶଙ୍କା ରହିଛି। ମୁଗ, ବାଦାମ ଓ ରବି ଫସଲ ଅମଳ କରି ସୁରକ୍ଷିତ ସ୍ଥାନକୁ ନେଇଯିବାକୁ କୃଷି ବିଭାଗ ପକ୍ଷରୁ କୃଷକମାନଙ୍କୁ ପରାମର୍ଶ ଦିଆଯାଇଛି। ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା କହିଛନ୍ତି, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଓଡ୍ରାଫର ୧୨ଟି ଟିମ୍‌କୁ ମାଲକାନାଗିରି, କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁର ଜିଲାରେ ମୁତୟନ କରାଯାଇଛି ା ସେହିପରି ଅଗ୍ନିଶମ ସେବାର ୧୨ଟି ଟିମ୍‌କୁ ମଧ୍ୟ ମାଲକାନାଗିରି, କୋରାପୁଟ, ଗଜପତି, ରାୟଗଡା ଓ ଗଞ୍ଜାମ ଜିଲାରେ ମୁତୟନ କରାଯାଇଛି।
ବାତ୍ୟା ଦୁର୍ବଳ ହେବା ପରେ ଆସନ୍ତା ୧୩ ତାରିଖରୁ ସମଗ୍ର ରାଜ୍ୟ ପୁଣି ତତଲା ହାଓ୍ବା ବହିବ। ୧୪ ତାରିଖରେ ପଶ୍ଚିମ, ଆଭ୍ୟନ୍ତରୀଣ ଓଡିଶାରେ ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀ ସେଲସିୟସକୁ ଟିପିଯାଇପାରେ। ସେହିପରି ୧୫ ତାରିଖରୁ ଉପକୂଳ ଓଡ଼ିଶାରେ ମଧ୍ୟରେ ତାତି କଲବଲ କରିବ। ପାରଦ ୪୫ ଡିଗ୍ରୀକୁ ଛୁଇଁବା ସହିତ ଆର୍ଦ୍ରତା ପରିମାଣ ବଢ଼ିଯିବ। ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri