ଆଜି ସ୍ଥଳଭାଗ ଛୁଇଁବ ‘ଅସାନି’

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ବାତ୍ୟା ‘ଅସାନି’ ବୁଧବାର ପୂର୍ବାହ୍ନ ୧୧ ସୁଦ୍ଧା ଆନ୍ଧ୍ରପ୍ରଦେଶର କାକିନାଡ଼ା-ବିଶାଖାପଟଣା ମଧ୍ୟଦେଇ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆକଳନ କରିଛି। ମଙ୍ଗଳବାର ‘ଅସାନି’ ଭୀଷଣ ବାତ୍ୟାରେ ପରିଣତ ହୋଇସାରିଛି। ଏହା ପଶ୍ଚିମ-କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୨୩ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ବାତ୍ୟା ଗୋପାଳପୁରଠାରୁ ଦକ୍ଷିଣ-
ଦକ୍ଷିଣ ପଶ୍ଚିମରେ ୬୦୦ କି.ମି. ଏବଂ ପୁରୀଠାରୁ ଦକ୍ଷିଣ-ପଶ୍ଚିମ ଦିଗରେ ୫୭୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆକଳନ ଅନୁଯାୟୀ ଏହା ସ୍ଥଳଭାଗ ଛୁଇଁବା ପରେ ଉତ୍ତର ପଶ୍ଚିମ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳକୁ ମୁହଁାଇବ ଏବଂ ଧୀରେ ଧୀରେ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଯିବ। ବାତ୍ୟା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡା, ଖୋର୍ଦ୍ଧା, ଜଗତ୍‌ସିଂହପୁର ଓ କଟକ ଜିଲାରେ କେତେକ ସ୍ଥାନରେ ପ୍ରବଳ ୭ରୁ ୧୧ ସେମି ବର୍ଷା ହୋଇପାରେ। ବାତ୍ୟା ପ୍ରଭାବରେ ମଙ୍ଗଳବାର ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ସେହିପରି ଆସନ୍ନ ବାତ୍ୟାର ଭୟାବହତାକୁ ଦୃଷ୍ଟିରେ ରଖି ବିଶାଖାପାଟନମ୍‌ ଅନ୍ତର୍ଜାତୀୟ ବିମାନବନ୍ଦର ପକ୍ଷରୁ ୨୩ଟି ବିମାନ ଚଳାଚଳ ବାତିଲ କରାଯାଇଛି।
ଆସନ୍ତା ୧୨ ତାରିଖ ଯାଏ ଉପକୂଳରେ ୪୦ରୁ ୫୦ କିଲୋମିଟର, ବେଳେ ବେଳେ ୬୦ କିଲୋମିଟର ବେଗରେ ପବନ ବହିପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଆସନ୍ତା ୧୩ ତାରିଖ ଯାଏ ମାଛ ଧରିବା ପାଇଁ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଗୋପାଳପୁର ବନ୍ଦରରେ ୩ ନମ୍ବର ଏବଂ ରାଜ୍ୟର ଅନ୍ୟାନ୍ୟ ବନ୍ଦରରେ ୨ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ଭାରତୀୟ ପାଣିପାଗ ବିଭାଗର ସତର୍କ ସୂଚନା, ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ନିର୍ଦ୍ଦେଶ ଓ ଜିଲା ପ୍ରଶାସନର ତାଗିଦ୍‌କୁ ଅଣଦେଖା କରି କେତେଜଣ ମତ୍ସ୍ୟଜୀବୀ ସମୁଦ୍ରକୁ ବୋଟ ସହ ମାଛ ଧରିବାକୁ ଯାଇ ନିଜ ଜୀବନକୁ ବିପନ୍ନ କରିବା ସହ ପ୍ରଶାସନକୁ ଅସୁବିଧାରେ ପକାଉଛନ୍ତି ା ଏ ସମ୍ପର୍କରେ ସ୍ବତନ୍ତ୍ର ରିଲିଫ କମିଶନର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ, ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ସଚିବ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର,କେନ୍ଦ୍ରପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲାପାଳଙ୍କ ନିମନ୍ତେ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାପାଳମାନେ ବିପର୍ଯ୍ୟୟ ପରିଚାଳନା ଆଇନ-୨୦୦୫ ଆଧାରରେ ମତ୍ସ୍ୟଜୀବୀମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ଏବଂ ମତ୍ସ୍ୟଜୀବୀମାନଙ୍କ ମଧ୍ୟରେ ସଚେତନା ସୃଷ୍ଟି ପାଇଁ ମଧ୍ୟ ପଦକ୍ଷେପ ନେବେ। ସେହିପରି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ଓ ବାଣିଜ୍ୟ ପରିବହନ ବିଭାଗ ଏ କ୍ଷେତ୍ରରେ ଆଇନ ଭଙ୍ଗ କରୁଥିବା ମତ୍ସ୍ୟଜୀବୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଟାନ ଗ୍ରହଣ କରିବାକୁ କୁହାଯାଇଛି।
ବାତ୍ୟାଜନିତ ବର୍ଷା ଯୋଗୁ ଉପକୂଳ ଓଡ଼ିଶାରେ ପନିପରିବା, ଡାଲିଜାତୀୟ ଫସଲ ଉପରେ ପ୍ରଭାବ ପଡିବା ଆଶଙ୍କା ରହିଛି। ମୁଗ, ବାଦାମ ଓ ରବି ଫସଲ ଅମଳ କରି ସୁରକ୍ଷିତ ସ୍ଥାନକୁ ନେଇଯିବାକୁ କୃଷି ବିଭାଗ ପକ୍ଷରୁ କୃଷକମାନଙ୍କୁ ପରାମର୍ଶ ଦିଆଯାଇଛି। ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା କହିଛନ୍ତି, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଓଡ୍ରାଫର ୧୨ଟି ଟିମ୍‌କୁ ମାଲକାନାଗିରି, କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁର ଜିଲାରେ ମୁତୟନ କରାଯାଇଛି ା ସେହିପରି ଅଗ୍ନିଶମ ସେବାର ୧୨ଟି ଟିମ୍‌କୁ ମଧ୍ୟ ମାଲକାନାଗିରି, କୋରାପୁଟ, ଗଜପତି, ରାୟଗଡା ଓ ଗଞ୍ଜାମ ଜିଲାରେ ମୁତୟନ କରାଯାଇଛି।
ବାତ୍ୟା ଦୁର୍ବଳ ହେବା ପରେ ଆସନ୍ତା ୧୩ ତାରିଖରୁ ସମଗ୍ର ରାଜ୍ୟ ପୁଣି ତତଲା ହାଓ୍ବା ବହିବ। ୧୪ ତାରିଖରେ ପଶ୍ଚିମ, ଆଭ୍ୟନ୍ତରୀଣ ଓଡିଶାରେ ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀ ସେଲସିୟସକୁ ଟିପିଯାଇପାରେ। ସେହିପରି ୧୫ ତାରିଖରୁ ଉପକୂଳ ଓଡ଼ିଶାରେ ମଧ୍ୟରେ ତାତି କଲବଲ କରିବ। ପାରଦ ୪୫ ଡିଗ୍ରୀକୁ ଛୁଇଁବା ସହିତ ଆର୍ଦ୍ରତା ପରିମାଣ ବଢ଼ିଯିବ। ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri