Categories: ରାଜ୍ୟ

ଦୁର୍ବଳ ହେଲା ‘ଅସାନି’

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ବର୍ତ୍ତମାନ ଏହା ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୫୪୦ କିମି ଦୂରରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ଏହା ୧୨ କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ।
ସେପଟେ ସାରା ରାଜ୍ୟରେ ଲାଗିରହିଛି ବର୍ଷା। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି । ମତ୍ସ୍ୟଜୀବୀକୁ ମଧ୍ୟ ସମୁଦ୍ରକୁ ନ ଯିବାକୁ ବାରଣ କରାଯାଇଛି । ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଜିଲାରେ ବର୍ଷା ହେବ ।