ବର୍ତ୍ତିଯାଇପାରେ ଓଡ଼ିଶା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତା ୬ କିମ୍ବା ୭ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଧୀରେ ଧୀରେ ଘନୀଭୂତ ହୋଇ ୮ ତାରିଖରେ ଲଘୁଚାପରେ ପରିଣତ ହେବ। ମେ ୯ କିମ୍ବା ୧୦ ତାରିଖ ବେଳକୁ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇପାରେ। ଯଦି ବାତ୍ୟା ହୁଏ, ତା’ହେଲେ ଏହାର ନଁା ରହିବ ‘ମୋଚା’। ତେବେ ଏହାର ଗତି ଓ ବେଗ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି ) ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ତେବେ ଓ୍ବିଣ୍ଡ ଓ୍ବେଦର ଭଳି ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ପାଣିପାଗ ମଡେଲ ସୂଚନା ଅନୁଯାୟୀ ବାତ୍ୟା ବାଂଲାଦେଶ କିମ୍ବା ମ୍ୟାନ୍‌ମାର ଆଡ଼େ ମୁହଁାଇବା ଅଧିକ ସମ୍ଭାବନା ରହିଛି। ଓଡ଼ିଶା ପ୍ରତି ବିପଦ ନ ଥିବା କୁହାଯାଇଛି।
ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ମେ ୬ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୭ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ଘନୀଭୂତ ହୋଇ ୮ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଲଘୁଚାପ କ୍ରମେ ଘନୀଭୂତ ହୋଇ ଉତ୍ତର ଦିଗକୁ ଗତି କରିବ। ପରେ ଏହା ଅଧିକ ଘନୀଭୂତ ହୋଇ ୯ ତାରିଖ ବେଳକୁ ବାତ୍ୟାର ରୂପ ନେଇପାରେ। ବାତ୍ୟା କୁଆଡ଼େ ଯିବ ଓ ଏହାର ତୀବ୍ରତା କେତେ ରହିବ ସେ ନେଇ ଆକଳନ ହୋଇନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ଏ ନେଇ ସ୍ପଷ୍ଟ ହେବ। ବର୍ତ୍ତମାନ ଓଡ଼ିଶା ପାଇଁ କୌଣସି ସତର୍କ ସୂଚନା ନାହିଁ। ଓଡ଼ିଶା ଉପକୂଳ ପାଇଁ ବର୍ଷା କିମ୍ବା ପବନର ସତର୍କ ସୂଚନା ଜାରି କରାଯାଇ ନାହିଁ। ଏ ନେଇ ଜନସାଧାରଣ ଆତଙ୍କିତ ହୁଅନ୍ତୁ ନାହିଁ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି। ୭ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ। ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ। ଏହି ସମୟରେ ମତ୍ସ୍ୟଜୀବୀମାନେ ସମୁଦ୍ର ନ ଯିବାକୁ ଆଇଏମ୍‌ଡି ଡିଜି ପରାମର୍ଶ ଦେଇଛନ୍ତି।
ଲଗାତର ଭାବେ ମେ ମାସରେ ବାତ୍ୟା ହେଉଛି। ତେବେ ଏହାର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି। ସତର୍କ ରହିବାକୁ ସମସ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଜିଲାପାଳଙ୍କୁ ଆଲର୍ଟ ରଖାଯାଇଛି। ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳ ଅଫିସ ଓ ରାଜ୍ୟ ସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଯିବ ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି। ପ୍ରାୟ ୧୦୦୦ଟି ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ କରାଯାଉଛି। ସ୍କୁଲ ଓ ସୁରକ୍ଷିତ ଆଶ୍ରୟସ୍ଥଳକୁ ଚିହ୍ନଟ କରାଯାଇଛି। ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ସତ୍ୟବ୍ରତ ସାହୁ କହିଛନ୍ତି, ୧୭ଟି ଏନ୍‌ଡିଆର୍‌ଏଫ୍‌ ଓ ୨୦ଟି ଓଡ୍ରାଫ୍‌ ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି। ପ୍ରଭାବିତ ହେବାକୁ ଥିବା ପଞ୍ଚାୟତ ନିମନ୍ତେ ଅଧିକାରୀମାନଙ୍କୁ ନୋଡାଲ ଅଫିସର ଭାବରେ ନିୟୋଜିତ କରାଯିବ। ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଏବଂ ଅଗ୍ନିଶମ ବାହିନୀଗୁଡ଼ିକୁ ବିପଦସଙ୍କୁଳ ସ୍ଥାନଗୁଡ଼ିକରେ ଆଗୁଆ ନିୟୋଜିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆଇଏମ୍‌ଡିର ଆଲର୍ଟ ମେସେଜ୍‌ ପଠାଇବାକୁ ବିଏସ୍‌ଏନ୍‌ଏଲ୍‌କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ଆସନ୍ତା ୬ ତାରିଖଯାଏ ରାଜ୍ୟର ଅଧିକାଂଶ ଜିଲାରେ କାଳବୈଶାଖୀଜନିତ ବର୍ଷା ହେବା ସମ୍ଭାବନା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବ। ତେବେ ୭ ତାରିଖରୁ ପ୍ରଚଣ୍ଡ ଗ୍ରୀଷ୍ମ ଅନୁଭୂତ ହେବ। ପାରଦ ଉପରମୁହଁା ହେବା ସହ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସକୁ ଟପିଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri