ବର୍ତ୍ତିଯାଇପାରେ ଓଡ଼ିଶା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତା ୬ କିମ୍ବା ୭ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଧୀରେ ଧୀରେ ଘନୀଭୂତ ହୋଇ ୮ ତାରିଖରେ ଲଘୁଚାପରେ ପରିଣତ ହେବ। ମେ ୯ କିମ୍ବା ୧୦ ତାରିଖ ବେଳକୁ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇପାରେ। ଯଦି ବାତ୍ୟା ହୁଏ, ତା’ହେଲେ ଏହାର ନଁା ରହିବ ‘ମୋଚା’। ତେବେ ଏହାର ଗତି ଓ ବେଗ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି ) ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ତେବେ ଓ୍ବିଣ୍ଡ ଓ୍ବେଦର ଭଳି ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ପାଣିପାଗ ମଡେଲ ସୂଚନା ଅନୁଯାୟୀ ବାତ୍ୟା ବାଂଲାଦେଶ କିମ୍ବା ମ୍ୟାନ୍‌ମାର ଆଡ଼େ ମୁହଁାଇବା ଅଧିକ ସମ୍ଭାବନା ରହିଛି। ଓଡ଼ିଶା ପ୍ରତି ବିପଦ ନ ଥିବା କୁହାଯାଇଛି।
ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ମେ ୬ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୭ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ଘନୀଭୂତ ହୋଇ ୮ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଲଘୁଚାପ କ୍ରମେ ଘନୀଭୂତ ହୋଇ ଉତ୍ତର ଦିଗକୁ ଗତି କରିବ। ପରେ ଏହା ଅଧିକ ଘନୀଭୂତ ହୋଇ ୯ ତାରିଖ ବେଳକୁ ବାତ୍ୟାର ରୂପ ନେଇପାରେ। ବାତ୍ୟା କୁଆଡ଼େ ଯିବ ଓ ଏହାର ତୀବ୍ରତା କେତେ ରହିବ ସେ ନେଇ ଆକଳନ ହୋଇନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ଏ ନେଇ ସ୍ପଷ୍ଟ ହେବ। ବର୍ତ୍ତମାନ ଓଡ଼ିଶା ପାଇଁ କୌଣସି ସତର୍କ ସୂଚନା ନାହିଁ। ଓଡ଼ିଶା ଉପକୂଳ ପାଇଁ ବର୍ଷା କିମ୍ବା ପବନର ସତର୍କ ସୂଚନା ଜାରି କରାଯାଇ ନାହିଁ। ଏ ନେଇ ଜନସାଧାରଣ ଆତଙ୍କିତ ହୁଅନ୍ତୁ ନାହିଁ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି। ୭ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ। ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ। ଏହି ସମୟରେ ମତ୍ସ୍ୟଜୀବୀମାନେ ସମୁଦ୍ର ନ ଯିବାକୁ ଆଇଏମ୍‌ଡି ଡିଜି ପରାମର୍ଶ ଦେଇଛନ୍ତି।
ଲଗାତର ଭାବେ ମେ ମାସରେ ବାତ୍ୟା ହେଉଛି। ତେବେ ଏହାର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି। ସତର୍କ ରହିବାକୁ ସମସ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଜିଲାପାଳଙ୍କୁ ଆଲର୍ଟ ରଖାଯାଇଛି। ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳ ଅଫିସ ଓ ରାଜ୍ୟ ସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଯିବ ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି। ପ୍ରାୟ ୧୦୦୦ଟି ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ କରାଯାଉଛି। ସ୍କୁଲ ଓ ସୁରକ୍ଷିତ ଆଶ୍ରୟସ୍ଥଳକୁ ଚିହ୍ନଟ କରାଯାଇଛି। ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ସତ୍ୟବ୍ରତ ସାହୁ କହିଛନ୍ତି, ୧୭ଟି ଏନ୍‌ଡିଆର୍‌ଏଫ୍‌ ଓ ୨୦ଟି ଓଡ୍ରାଫ୍‌ ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି। ପ୍ରଭାବିତ ହେବାକୁ ଥିବା ପଞ୍ଚାୟତ ନିମନ୍ତେ ଅଧିକାରୀମାନଙ୍କୁ ନୋଡାଲ ଅଫିସର ଭାବରେ ନିୟୋଜିତ କରାଯିବ। ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଏବଂ ଅଗ୍ନିଶମ ବାହିନୀଗୁଡ଼ିକୁ ବିପଦସଙ୍କୁଳ ସ୍ଥାନଗୁଡ଼ିକରେ ଆଗୁଆ ନିୟୋଜିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆଇଏମ୍‌ଡିର ଆଲର୍ଟ ମେସେଜ୍‌ ପଠାଇବାକୁ ବିଏସ୍‌ଏନ୍‌ଏଲ୍‌କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ଆସନ୍ତା ୬ ତାରିଖଯାଏ ରାଜ୍ୟର ଅଧିକାଂଶ ଜିଲାରେ କାଳବୈଶାଖୀଜନିତ ବର୍ଷା ହେବା ସମ୍ଭାବନା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବ। ତେବେ ୭ ତାରିଖରୁ ପ୍ରଚଣ୍ଡ ଗ୍ରୀଷ୍ମ ଅନୁଭୂତ ହେବ। ପାରଦ ଉପରମୁହଁା ହେବା ସହ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସକୁ ଟପିଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri