ବଡ଼ ସୂଚନା: ଦୁର୍ବଳ ହେବ ନାହିଁ ବାତ୍ୟା, ଭୀଷଣ ରୂପ ନେଇ ସ୍ଥଳଭାଗ ଛୁଇଁବ

ଭୁବନେଶ୍ୱର,୨୪।୧୦: ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ଼ ସୂଚନା ଦେଇଛନ୍ତି।

ଲ୍ୟାଣ୍ଡଫଲ ବେଳେ ବାତ୍ୟାର ବେଗ ଅଧିକ ରହିବା ଅନୁମାନ କରାଯାଉଥିବାରୁ ମାଟି ଘରେ ଥିବା ଲୋକେ ପକ୍କା ଘରକୁ ଚାଳିଯିବାକୁ କୁହାଯାଇଛି। ଏପରିକି ଟିଣ ଘର, ଗଛ, ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିବା ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବିଦ୍ୟୁତ୍‌ କାଟ ହେବ, ସେଥିଲାଗି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଆଗକୁ ବର୍ଷାର ପରିମାଣ ବଢ଼ିବ। କାରଣ ବାତ୍ୟା ଦୁର୍ବଳ ହେବାର ସମ୍ଭାବନା ନାହିଁ। ଭୀଷଣ ବାତ୍ୟାର ରୂପ ନେଇ ଏହା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଏପରିକି ଦାନାର ଆଖିକୁ ନେଇ ମଧ୍ୟ ବଡ଼ ଖବର ଆଶିଛି। ଆଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ଗଣମାଧ୍ୟମକୁ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାତ୍ୟା ଦାନାର ଆଖି ସୃଷ୍ଟି ହୋଇନି କି ହେବ ନାହିଁ। ଦାନାର ଆଖି ନାହିଁ। ବହୁତ ବଡ଼ ବାତ୍ୟା ହେଲେ ଆଖି ସୃଷ୍ଟି ହୋଇଥାଏ। ଦାନା ଭୀଷଣ ବାତ୍ୟାରେ ସୀମିତ ଥିବାରୁ ଆଖି ସୃଷ୍ଟି ହୋଇନାହିଁ।

କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ ଦାନା । ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। ତେବେ ଏହାରି ଭିତରେ ବଡ଼ ଖବର ସାମ୍ନାକୁ ଆସିଛି ଯେ, ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri