ଆସୁଛି ‘ୟାସ’: ବେଶି ପ୍ରଭାବିତ ହେବ ଜଗତସିଂହପୁର-କେନ୍ଦ୍ରାପଡ଼ା-ଭଦ୍ରକ-ବାଲେଶ୍ୱର-ମୟୂରଭଞ୍ଜ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟା ‘ୟାସ’ରେ ପରିଣତ ହେବାକୁ ଯାଉଛି। ଏହା ରବିବାର ଅବପାତରେ ପରିଣତ ହୋଇସାରିଛି। ସୋମବାର ସକାଳ ସୁଦ୍ଧା ଏହା ବାତ୍ୟା ଏବଂ ପରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତିକରି ଆହୁରି ବଳ ଗୋଟାଇ ଭୟଙ୍କର ରୂପ ଧାରଣ କରିବ। ତେବେ ପୂର୍ବାନୁମାନ ଅନୁଯାୟୀ ବାତ୍ୟା ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିପାରେ। ଏଥିଯୋଗୁ ରାଜ୍ୟର ୫ ଜିଲା ଜଗତସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ, ବାଲେଶ୍ୱର,ମୟୂରଭଞ୍ଜରେ ସର୍ବାଧିକ ପ୍ରଭାବ ପଡ଼ିବ। ପବନର ବେଗ ଅଧିକ ରହିବା ଯୋଗୁ ବଡ଼ ବଡ଼ ଗଛ ଉପୁଡ଼ିପାରେ। ଆଜବେଷ୍ଟସ୍‌ କଚ୍ଚା ଓ ଟିଣ ଘର ଭାଙ୍ଗିବାର ସମ୍ଭାବନା ରହିଛି। ଏଥିସହ ବିଦ୍ୟୁତ ଖୁଣ୍ଟ ଉପୁଡ଼ିବା ଯୋଗୁ କ୍ଷତି ଘଟାଇବ। ସେହିିଭଳି କଟକ, ଯାଜପୁରରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଏହାଛଡ଼ା ଦକ୍ଷିଣ ଏବଂ କେନ୍ଦ୍ରୀୟ ଓଡ଼ିଶାରେ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଭାବିତ ହେବାକୁ ଥିବା ଜିଲାକୁ ସତର୍କ ସୂଚନା ଜାରି କରାଯାଇଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ପ୍ରକାଶ ଥାଉ କି, ସାମୁଦ୍ରିକ ଝଡ଼ ୨୬ ତାରିଖ ସନ୍ଧ୍ୟାରେ ପାରାଦୀପ ଏବଂ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟା ପ୍ରତି ୧୫୫ରୁ ୧୬୫ କି.ମି. ରହିବ। ବେଳେ ବେଳେ ଏହା ୧୮୫ କିମି ପର୍ଯ୍ୟନ୍ତ ଯାଇପାରେ। ତେବେ ୨୪ ତାରିଖ ସନ୍ଧ୍ୟାରୁ ୪୦ରୁ ୫୦ କିମି ବେଗରେ ପବନ ବହିବ। ୨୫ରୁ ପବନର ବେଗ ବଢ଼ିବ। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri