ବଳ ଗୋଟାଉଛି ୟାସ୍‌

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଶନିବାର ଏହା ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଘନୀଭୂତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆହୁରି ବଳ ଗୋଟାଇ ଭୟଙ୍କର ବାତ୍ୟା ‘ୟାସ୍‌’ରେ ପରିଣତ ହେବ। ୨୬ ତାରିଖ ସକାଳେ ଏହା ଭଦ୍ରକ ଓ ବାଲେଶ୍ୱର କିମ୍ବା ପଶ୍ଚିମବଙ୍ଗର ଦିଘା ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅନୁମାନ କରିଛି। ବାତ୍ୟା ପ୍ରଭାବରେ ଆସନ୍ତା ୨୨ ତାରିଖରେ ଆଣ୍ଡାମାନ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ବେଳେ ବେଳେ ଏହାର ବେଗ ଘଣ୍ଟା ପ୍ରତି ୬୦ କି.ମି. ରହିବ। ୨୪ ତାରିଖରେ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ। ଏହା ଉତ୍ତର ପଶ୍ଚିମ ଦିଗକୁ ଗତିକରି ୨୫ ତାରିଖରେ ଆହୁରି ବଳଶାଳୀ ହୋଇ ସ୍ଥଳଭାଗ ମୁହାଁ ହେବାର ସମ୍ଭାବନା ରହିଛି। ୨୬ ତାରିଖରେ ଏହି ସାମୁଦ୍ରିକ ଝଡ଼ ଓଡ଼ିଶାର ବାଲେଶ୍ୱର ଜିଲା କିମ୍ବା ପଶ୍ଚିମବଙ୍ଗର ଦିଘା ଉପକୂଳ ଦେଇ ସ୍ଥଳଭାଗରେ ମାଡ଼ହେବ ବୋଲି ଆକଳନ କରାଯାଇଛି।
ୟାସ୍‌ ପ୍ରଭାବରେ ୨୫ ତାରିଖ ରାତିରୁ ଉପକୂଳ ଓଡ଼ିଶାର ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କଟକ, ବାଲେଶ୍ୱର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୩ ତାରିଖରୁ ସମୁଦ୍ରର ସ୍ଥିତି ଅତ୍ୟନ୍ତ ଖରାପ ରହିବ। ବଡ଼ ବଡ଼ ଲହଡ଼ି ଉଠିବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୨୩ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।
ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଜୋରସୋରରେ ଆରମ୍ଭ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବାତ୍ୟା ପ୍ରସ୍ତୁତି ନେଇ ଶୁକ୍ରବାର ବିଭିନ୍ନ ବିଭାଗ, ଏନ୍‌ଡିଆରଏଫ୍‌, ଅଗ୍ନିଶମ ଡିଜି, କୋଷ୍ଟଗାର୍ଡ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଗଞ୍ଜାମଠାରୁ ଆରମ୍ଭ କରି ବାଲେଶ୍ୱର ପର୍ଯ୍ୟନ୍ତ ସମସ୍ତ ଜିଲା ପ୍ରଶାସନକୁ ହାଇଆଲର୍ଟରେ ରଖାଯାଇଛି।
ଏସ୍‌ପି, ଅତିରିକ୍ତ ଜିଲାପାଳ, ଜିଲା ଜରୁରିକାଳୀନ ଅଧିକାରୀ, ଜିଲା ଅଗ୍ନିଶମ ସେବା ଅଧିକାରୀଙ୍କୁ ସତର୍କ ରହିବାକୁ କୁହାଯାଇଛି। ବାତ୍ୟା ଆଶ୍ରୟ ସ୍ଥଳୀଗୁଡ଼ିକର ପ୍ରସ୍ତୁତି କାମ ଆରମ୍ଭ ହୋଇଛି। କେଉଁ ଜିଲାରେ ବାତ୍ୟାର ଅଧିକ ପ୍ରଭାବ ରହିବ ସେ ନେଇ ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ହେବାକୁ ଥିବା ସମୀକ୍ଷା ବୈଠକରେ ପଦକ୍ଷେପ ନିଆଯିବ। ବିଭିନ୍ନ ବିଭାଗ ପକ୍ଷରୁ ବାତ୍ୟା ପ୍ରସ୍ତୁତି ଆରମ୍ଭ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ବୈଠକ ପରେ ସୂଚନା ଦେଇଛନ୍ତି। ବାତ୍ୟା ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ପ୍ରଦୀପ କୁମାର ଜେନା କହିଛନ୍ତି ଯେ ଆଶ୍ରୟସ୍ଥଳୀଗୁଡ଼ିକରେ ବିକଳ୍ପ ବିଦ୍ୟୁତ୍‌ ଯୋଗାଣ, ପାନୀୟ ଜଳ, ପରିମଳ ବ୍ୟବସ୍ଥା ଇତ୍ୟାଦି ବ୍ୟବସ୍ଥାର ତଦାରଖ କରାଯାଉଛି। ସମୁଦ୍ରକୁ ଯାଇଥିବା ଅଧିକାଂଶ ମତ୍ସ୍ୟଜୀବୀ ଫେରିଆସିଲେଣି। ଆଉ ୩୯ ଜଣ ଶନିବାର ସୁଦ୍ଧା ଫେରି ଆସିବେ। କୋଷ୍ଟଗାର୍ଡ ପାରାଦୀପରେ ପାଟ୍ରୋଲିଂ ଜାରି ରଖିଛନ୍ତି। ସମୁଦ୍ରରେ କୌଣସି ମାଛଧରା ଡଙ୍ଗା କିମ୍ବା ଟ୍ରଲର ଅଛି କି ନାହିଁ ତାହା ତଦାରଖ କରୁଛନ୍ତି। ସତର୍କ ରହିବାକୁ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ପ୍ରାକ୍‌ ସୂଚନା ଦେବା ଆରମ୍ଭ ହୋଇଛି। ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନତା କରାଯାଉଛି। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ଲୋକମାନଙ୍କୁ ସ୍ଥାନାନ୍ତର କାର୍ଯ୍ୟ କରାଯିବ। ବାତ୍ୟା ପ୍ରସ୍ତୁତି ଜୋରସୋରରେ ଚାଲିଛି। ବିଭିନ୍ନ ବିଭାଗ ପକ୍ଷରୁ ପଦକ୍ଷେପ ନେବା ଆରମ୍ଭ ହୋଇଛି ବୋଲି ଏସ୍‌ଆରସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

ଦିନିକିଆ ବିଶ୍ୱକପ୍ ୨୦୨୭ ଫର୍ମାଟ୍ ବଦଳାଇଲା ICC; ଜୟ ଶାହାଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କଲେ ୪ ଦେଶର ଅଧିନାୟକ

ନୂଆଦିଲ୍ଲୀ,୧୭।୭: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌ର ଫର୍ମାଟ୍‌ରେ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ହଠାତ ବଡ଼…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri