ବଳ ଗୋଟାଉଛି ୟାସ୍‌

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଶନିବାର ଏହା ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଘନୀଭୂତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆହୁରି ବଳ ଗୋଟାଇ ଭୟଙ୍କର ବାତ୍ୟା ‘ୟାସ୍‌’ରେ ପରିଣତ ହେବ। ୨୬ ତାରିଖ ସକାଳେ ଏହା ଭଦ୍ରକ ଓ ବାଲେଶ୍ୱର କିମ୍ବା ପଶ୍ଚିମବଙ୍ଗର ଦିଘା ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅନୁମାନ କରିଛି। ବାତ୍ୟା ପ୍ରଭାବରେ ଆସନ୍ତା ୨୨ ତାରିଖରେ ଆଣ୍ଡାମାନ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ବେଳେ ବେଳେ ଏହାର ବେଗ ଘଣ୍ଟା ପ୍ରତି ୬୦ କି.ମି. ରହିବ। ୨୪ ତାରିଖରେ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ। ଏହା ଉତ୍ତର ପଶ୍ଚିମ ଦିଗକୁ ଗତିକରି ୨୫ ତାରିଖରେ ଆହୁରି ବଳଶାଳୀ ହୋଇ ସ୍ଥଳଭାଗ ମୁହାଁ ହେବାର ସମ୍ଭାବନା ରହିଛି। ୨୬ ତାରିଖରେ ଏହି ସାମୁଦ୍ରିକ ଝଡ଼ ଓଡ଼ିଶାର ବାଲେଶ୍ୱର ଜିଲା କିମ୍ବା ପଶ୍ଚିମବଙ୍ଗର ଦିଘା ଉପକୂଳ ଦେଇ ସ୍ଥଳଭାଗରେ ମାଡ଼ହେବ ବୋଲି ଆକଳନ କରାଯାଇଛି।
ୟାସ୍‌ ପ୍ରଭାବରେ ୨୫ ତାରିଖ ରାତିରୁ ଉପକୂଳ ଓଡ଼ିଶାର ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କଟକ, ବାଲେଶ୍ୱର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୩ ତାରିଖରୁ ସମୁଦ୍ରର ସ୍ଥିତି ଅତ୍ୟନ୍ତ ଖରାପ ରହିବ। ବଡ଼ ବଡ଼ ଲହଡ଼ି ଉଠିବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୨୩ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।
ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଜୋରସୋରରେ ଆରମ୍ଭ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବାତ୍ୟା ପ୍ରସ୍ତୁତି ନେଇ ଶୁକ୍ରବାର ବିଭିନ୍ନ ବିଭାଗ, ଏନ୍‌ଡିଆରଏଫ୍‌, ଅଗ୍ନିଶମ ଡିଜି, କୋଷ୍ଟଗାର୍ଡ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଗଞ୍ଜାମଠାରୁ ଆରମ୍ଭ କରି ବାଲେଶ୍ୱର ପର୍ଯ୍ୟନ୍ତ ସମସ୍ତ ଜିଲା ପ୍ରଶାସନକୁ ହାଇଆଲର୍ଟରେ ରଖାଯାଇଛି।
ଏସ୍‌ପି, ଅତିରିକ୍ତ ଜିଲାପାଳ, ଜିଲା ଜରୁରିକାଳୀନ ଅଧିକାରୀ, ଜିଲା ଅଗ୍ନିଶମ ସେବା ଅଧିକାରୀଙ୍କୁ ସତର୍କ ରହିବାକୁ କୁହାଯାଇଛି। ବାତ୍ୟା ଆଶ୍ରୟ ସ୍ଥଳୀଗୁଡ଼ିକର ପ୍ରସ୍ତୁତି କାମ ଆରମ୍ଭ ହୋଇଛି। କେଉଁ ଜିଲାରେ ବାତ୍ୟାର ଅଧିକ ପ୍ରଭାବ ରହିବ ସେ ନେଇ ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ହେବାକୁ ଥିବା ସମୀକ୍ଷା ବୈଠକରେ ପଦକ୍ଷେପ ନିଆଯିବ। ବିଭିନ୍ନ ବିଭାଗ ପକ୍ଷରୁ ବାତ୍ୟା ପ୍ରସ୍ତୁତି ଆରମ୍ଭ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ବୈଠକ ପରେ ସୂଚନା ଦେଇଛନ୍ତି। ବାତ୍ୟା ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ପ୍ରଦୀପ କୁମାର ଜେନା କହିଛନ୍ତି ଯେ ଆଶ୍ରୟସ୍ଥଳୀଗୁଡ଼ିକରେ ବିକଳ୍ପ ବିଦ୍ୟୁତ୍‌ ଯୋଗାଣ, ପାନୀୟ ଜଳ, ପରିମଳ ବ୍ୟବସ୍ଥା ଇତ୍ୟାଦି ବ୍ୟବସ୍ଥାର ତଦାରଖ କରାଯାଉଛି। ସମୁଦ୍ରକୁ ଯାଇଥିବା ଅଧିକାଂଶ ମତ୍ସ୍ୟଜୀବୀ ଫେରିଆସିଲେଣି। ଆଉ ୩୯ ଜଣ ଶନିବାର ସୁଦ୍ଧା ଫେରି ଆସିବେ। କୋଷ୍ଟଗାର୍ଡ ପାରାଦୀପରେ ପାଟ୍ରୋଲିଂ ଜାରି ରଖିଛନ୍ତି। ସମୁଦ୍ରରେ କୌଣସି ମାଛଧରା ଡଙ୍ଗା କିମ୍ବା ଟ୍ରଲର ଅଛି କି ନାହିଁ ତାହା ତଦାରଖ କରୁଛନ୍ତି। ସତର୍କ ରହିବାକୁ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ପ୍ରାକ୍‌ ସୂଚନା ଦେବା ଆରମ୍ଭ ହୋଇଛି। ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନତା କରାଯାଉଛି। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ଲୋକମାନଙ୍କୁ ସ୍ଥାନାନ୍ତର କାର୍ଯ୍ୟ କରାଯିବ। ବାତ୍ୟା ପ୍ରସ୍ତୁତି ଜୋରସୋରରେ ଚାଲିଛି। ବିଭିନ୍ନ ବିଭାଗ ପକ୍ଷରୁ ପଦକ୍ଷେପ ନେବା ଆରମ୍ଭ ହୋଇଛି ବୋଲି ଏସ୍‌ଆରସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?