ଭୟଙ୍କର ହୋଇପାରେ ‘ୟାସ୍‌’: ୨୫ରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ‘ୟାସ୍‌’ ଭୟଙ୍କର ହୋଇପାରେ। ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗ ଉପକୂଳରେ ତାଣ୍ଡବ ରଚାଇବା ଆଶଙ୍କା କରାଯାଉଛି। ଯଦିଓ ବାତ୍ୟାର ଚିତ୍ର ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ତେବେ କେତେକ ପାଣିପାଗ ମଡେଲ ଅନୁମାନ କହୁଛି ‘ୟାସ୍‌’ ବଳଶାଳୀ ହୋଇ ଓଡ଼ିଶା ଉପକୂଳକୁ ଧ୍ୱସ୍ତବିଧ୍ୱସ୍ତ କରିବ। ସ୍ଥଳଭାଗ ଅତିକ୍ରମ କରିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୨୦ କି.ମି. ରହିବ ବୋଲି ଅନୁମାନ କରାଯାଉଛି।
ଆସନ୍ତା ୨୨ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୭୨ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହି ବାତ୍ୟା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ କିମ୍ବା ଓଡ଼ିଶା ଉପକୂଳ ବାଲେଶ୍ୱର ଦେଇ ଆସନ୍ତା ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରେ ଆଣ୍ଡାମାନ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିପାରେ। ବେଳେ ବେଳେ ଏହାର ବେଗ ଘଣ୍ଟା ପ୍ରତି ୭୫ କି.ମି. ରହିପାରେ। ୨୪ ରୁ ୨୬ ତାରିଖ ମଧ୍ୟରେ ବାତ୍ୟା ବଳ ଗୋଟାଇ ଆହୁରି ଭୟଙ୍କର ଆକାର ଧାରଣ କରି ଉପକୂଳ ଆଡ଼କୁ ମାଡ଼ିଆସିବ। ଏହାର ପ୍ରଭାବରେ ମେ’ ୨୫ ତାରିଖ ରାତିରୁ ଉପକୂଳ ଓଡ଼ିଶାର ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କଟକ, ବାଲେଶ୍ୱର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବାତ୍ୟା ବାଲେଶ୍ୱର ଦେଇ ଅତିକ୍ରମ କଲେ ବୁଢାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଛି।
ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍‌.ଆର. ବିଶ୍ୱାସ କହିଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୨୩ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତ ୨୩ରୁ ୨୫ ତାରିଖ ଯାଏ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ୨୫ରୁ ୨୭ ତାରିଖ ଯାଏ ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳ ସମୁଦ୍ରକୁ ନ ଯିବା ଲାଗି କୁହାଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପ୍ରଦୀପ କୁମାର ଜେନା ବୁଧବାର ବାତ୍ୟା ପୂର୍ବ ପ୍ରସ୍ତୁତି ନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର, ଏନ୍‌ଡିଆରଏଫ୍‌, ଓଡ୍ରାଫ୍‌, ଓଡ଼ିଶା ପୋଲିସ ଏବଂ ଓଡ଼ିଶା ଅଗ୍ନିଶମ ଅଧିକାରୀଙ୍କ ସହ ଭର୍ଚୁଆଲ ଆଲୋଚନା କରିଛନ୍ତି। ବାତ୍ୟାକୁ ଦୃଷ୍ଟିରେ ରଖି ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ଜିଲାପାଳ ଓ ଏସ୍‌ପିମାନଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଗୁଆ ପ୍ରସ୍ତୁତି କରିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି।
ଗୋଟିଏ ପଟେ ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଥିବା ବେଳେ ଅନ୍ୟ ପଟେ ପ୍ରବଳ ଗ୍ରୀଷ୍ମ ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଅତିଷ୍ଠ କରିଛି। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବା ସହ କେତେକ ସ୍ଥାନରେ ଝଡ଼ବର୍ଷା ହୋଇପାରେ। ବାୟୁମଣ୍ଡଳରେ ଆର୍ଦ୍ରତା ୮୦ ପ୍ରତିଶତ ଉପରେ ରହୁଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବା ସହ ଉପକୂଳ ଓଡ଼ିଶାରେ ଗୁଳୁଗୁଳି ବଢିବା ନେଇ ଅନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୧.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୧, ତାଳଚେର ୪୧, ସୁନ୍ଦରଗଡ଼ ୪୦.୫, ବଲାଙ୍ଗୀର ୪୦.୫, ମାଲକାନଗିରି ୪୦.୫, ସୋନପୁର ୪୧, ନୟାଗଡ଼ ୪୦ ଏବଂ ବୌଦ୍ଧ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୦.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri