ଭୟଙ୍କର ହୋଇପାରେ ‘ୟାସ୍‌’: ୨୫ରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ‘ୟାସ୍‌’ ଭୟଙ୍କର ହୋଇପାରେ। ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗ ଉପକୂଳରେ ତାଣ୍ଡବ ରଚାଇବା ଆଶଙ୍କା କରାଯାଉଛି। ଯଦିଓ ବାତ୍ୟାର ଚିତ୍ର ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ତେବେ କେତେକ ପାଣିପାଗ ମଡେଲ ଅନୁମାନ କହୁଛି ‘ୟାସ୍‌’ ବଳଶାଳୀ ହୋଇ ଓଡ଼ିଶା ଉପକୂଳକୁ ଧ୍ୱସ୍ତବିଧ୍ୱସ୍ତ କରିବ। ସ୍ଥଳଭାଗ ଅତିକ୍ରମ କରିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୨୦ କି.ମି. ରହିବ ବୋଲି ଅନୁମାନ କରାଯାଉଛି।
ଆସନ୍ତା ୨୨ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୭୨ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହି ବାତ୍ୟା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ କିମ୍ବା ଓଡ଼ିଶା ଉପକୂଳ ବାଲେଶ୍ୱର ଦେଇ ଆସନ୍ତା ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରେ ଆଣ୍ଡାମାନ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିପାରେ। ବେଳେ ବେଳେ ଏହାର ବେଗ ଘଣ୍ଟା ପ୍ରତି ୭୫ କି.ମି. ରହିପାରେ। ୨୪ ରୁ ୨୬ ତାରିଖ ମଧ୍ୟରେ ବାତ୍ୟା ବଳ ଗୋଟାଇ ଆହୁରି ଭୟଙ୍କର ଆକାର ଧାରଣ କରି ଉପକୂଳ ଆଡ଼କୁ ମାଡ଼ିଆସିବ। ଏହାର ପ୍ରଭାବରେ ମେ’ ୨୫ ତାରିଖ ରାତିରୁ ଉପକୂଳ ଓଡ଼ିଶାର ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କଟକ, ବାଲେଶ୍ୱର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବାତ୍ୟା ବାଲେଶ୍ୱର ଦେଇ ଅତିକ୍ରମ କଲେ ବୁଢାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଛି।
ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍‌.ଆର. ବିଶ୍ୱାସ କହିଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୨୩ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତ ୨୩ରୁ ୨୫ ତାରିଖ ଯାଏ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ୨୫ରୁ ୨୭ ତାରିଖ ଯାଏ ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳ ସମୁଦ୍ରକୁ ନ ଯିବା ଲାଗି କୁହାଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପ୍ରଦୀପ କୁମାର ଜେନା ବୁଧବାର ବାତ୍ୟା ପୂର୍ବ ପ୍ରସ୍ତୁତି ନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର, ଏନ୍‌ଡିଆରଏଫ୍‌, ଓଡ୍ରାଫ୍‌, ଓଡ଼ିଶା ପୋଲିସ ଏବଂ ଓଡ଼ିଶା ଅଗ୍ନିଶମ ଅଧିକାରୀଙ୍କ ସହ ଭର୍ଚୁଆଲ ଆଲୋଚନା କରିଛନ୍ତି। ବାତ୍ୟାକୁ ଦୃଷ୍ଟିରେ ରଖି ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ଜିଲାପାଳ ଓ ଏସ୍‌ପିମାନଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଗୁଆ ପ୍ରସ୍ତୁତି କରିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି।
ଗୋଟିଏ ପଟେ ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଥିବା ବେଳେ ଅନ୍ୟ ପଟେ ପ୍ରବଳ ଗ୍ରୀଷ୍ମ ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଅତିଷ୍ଠ କରିଛି। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବା ସହ କେତେକ ସ୍ଥାନରେ ଝଡ଼ବର୍ଷା ହୋଇପାରେ। ବାୟୁମଣ୍ଡଳରେ ଆର୍ଦ୍ରତା ୮୦ ପ୍ରତିଶତ ଉପରେ ରହୁଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବା ସହ ଉପକୂଳ ଓଡ଼ିଶାରେ ଗୁଳୁଗୁଳି ବଢିବା ନେଇ ଅନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୧.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୧, ତାଳଚେର ୪୧, ସୁନ୍ଦରଗଡ଼ ୪୦.୫, ବଲାଙ୍ଗୀର ୪୦.୫, ମାଲକାନଗିରି ୪୦.୫, ସୋନପୁର ୪୧, ନୟାଗଡ଼ ୪୦ ଏବଂ ବୌଦ୍ଧ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୦.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?