Posted inରାଜ୍ୟ

ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତାକାଲି ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର,୨୪।୧୧: ଦକ୍ଷିଣ ଆଣ୍ଡାମାନ୍‌‌ ସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତାକାଲି ସୁଦ୍ଧା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ସୋମବାରବେଳକୁ ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ମଙ୍ଗଳବାର ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରାଯାଇଛି।

ତେବେ ରାଜ୍ୟ ଉପରେ ଏହାର ବିଶେଷ ପ୍ରଭାବ ପଡିବ ନାହିଁ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ, ପୂର୍ବାଳୀ ତରଙ୍ଗାୟିତ ବାୟୁ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଆକାଶ ମେଘୁଆ ରହିବା ସହ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?