ଓଡ଼ିଶା ରେଞ୍ଜକୁ ପସିଲା ବାତ୍ୟା! ରାତିରେ ୧୦୦ ଛୁଇଁବ ପବନ, ମାଡି ଆସିବ ଜୁଆର…

ଭୁବନେଶ୍ୱର,୨୩।୧୦: ଭୀଷଣ ବେଗରେ ସ୍ଥଳଭାଗଆଡକୁ ମାଡି ଆସୁଛି ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୨ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି। ସେହିଭଳି ଚାନ୍ଦବାଲି-ପୁରୀ ବନ୍ଦରକୁ ମଧ୍ୟ ୧୦ନଂ ବିପଦ ସଙ୍କେତ, ଗୋପାଳପୁର ବନ୍ଦରକୁ ୮ନଂ ବିପଦ ସଙ୍କେତ ଜାରି କରାଯାଇଛି। ତେବେ ବାତ୍ୟା ‘ଦାନା’ ପ୍ରଭାବରେ ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପବନ ବହିବା ଆରମ୍ଭ ହୋଇଛି। ୨ ଜିଲାରେ ୩୦ରୁ ୪୦ କିମି ବେଗରେ ପବନ ବହୁଥିବା ନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

ବାତ୍ୟା ଦାନାର ଲ୍ୟାଣ୍ଡଫଲ ସମୟରେ ପ୍ରବଳ ବର୍ଷା ସାଙ୍ଗକୁ ତୀବ୍ର ବେଗରେ ପବନ ବହିବ। ତେବେ IMD ପାଣିପାଗ ବିଶେଷଜ୍ଞ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନାନୁସାରେ, ଭିତରକନିକା ଓ ଧାମରା ମଧ୍ୟରେ ଅତିକ୍ରମ କରିବାବେଳେ ତାହା ସିଭିୟର ସାଇକ୍ଲୋନିକ ଷ୍ଟ୍ରମରେ ପରିଣତ ହେବ।

ଏହି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ୫-୬ଘଣ୍ଟା ଯାଏଁ ଜାରି ରହିବ। ଏହି ସମୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବାତ୍ୟା ସହ ଭୟଙ୍କର ବେଗରେ ପବନ ବହିବ। ଲ୍ୟାଣ୍ଡଫଲ ପ୍ରକ୍ରିୟା ଅକ୍ଟୋବର ୨୪ ମଝି ରାତିରୁ ଆରମ୍ଭ ହୋଇ ଅକ୍ଟୋବର ୨୫ ପୂର୍ବାହ୍ନ ଯାଏ ରହିବ ବୋଲି ବିଶେଷଜ୍ଞ ମୃତ୍ୟୁଞ୍ଜୟ କହିଛନ୍ତି। ଲ୍ୟାଣ୍ଡଫଲ୍‌ବେଳେ ଏହାର ତୀବ୍ରତା ଅତି ବେଶୀରେ ୧୦୦-୧୧୦ କିମି କିମ୍ବା ୧୨୦ ମଧ୍ୟ ଛୁଇଁପାରେ। ଏହି ସମୟରେ ବୈତରଣୀ, ବ୍ରାହ୍ମଣୀ ନଦୀରୁ ପ୍ରଖର ବେଗରେ ଜୁଆର ମାଡି ସ୍ଥଳଭାଗକୁ ମାଡି ଆସିବ।

ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲାକାରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସଂଧ୍ୟା ପରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତ୍ସିଂହପୁର ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ରେଡୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜନଗର, ଧାମରା ଓ ପାରାଦ୍ୱୀପର କିଛି ଅଞ୍ଚଳରେ ବର୍ଷା ହେଉଛି । ସେହିଭଳି ଗୁରୁବାର ମୟୂରଭଞ୍ଜ, କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, ଜଗତ୍ସିଂହପୁର ଓ ଗଞ୍ଜାମ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ଶୁକ୍ରବାର ଦିନ ମଧ୍ୟ କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?