Posted inଜାତୀୟ

ରିଫିଲିଂ ସମୟରେ ସିଲିଣ୍ଡର ବିସ୍ଫୋରଣ, ୩ ଶିଶୁଙ୍କ ସମେତ ୪ ମୃତ…

ଯୋଧପୁର,୮।୧୦ : ରାଜସ୍ଥାନର ଯୋଧପୁର ସହରରେ ଗ୍ୟାସ ରିଫିଲିଂ ସମୟରେ ଏକ ସିଲିଣ୍ଡର ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ ତିନି ପିଲାଙ୍କ ସମେତ ୪ ଜଣଙ୍କର ମୃତ୍ୟୁ ହୋଇଛି। ୧୬ ଜଣ ଗୁରୁତର ଆହତ ହୋଇଛନ୍ତି। ବିସ୍ଫୋରଣର ଶବ୍ଦରେ ଆଖପାଖ କଲୋନୀ ମଧ୍ୟ କମ୍ପି ଯାଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ଜିଲାପାଳ ହିମାଂଶୁ ଗୁପ୍ତାଙ୍କ ଅନୁଯାୟୀ, ଅପରାହ୍ନ ପ୍ରାୟ ତିନିଟା ବେଳେ କିର୍ତ୍ତୀ ନଗର ଅଞ୍ଚଳରେ ଏହା ଘଟିଛି। ନିକଟସ୍ଥ କଲୋନୀରେ ପାର୍କିଂ ହୋଇଥିବା ଗାଡିଗୁଡିକରେ ମଧ୍ୟ ନିଆଁ ଲାଗିଯାଇଥିବା ସେ ସୂଚନା ପ୍ରଦାନ କରିଛନ୍ତି।

ଏହି ଦୁର୍ଘଟଣାରେ ୧୨ ବର୍ଷୀୟ ନିକୁ , ୧୫ ବର୍ଷ ବୟସ୍କ ବିକି, ୧୩ ବର୍ଷ ବୟସ୍କା କୋମଲ ଏବଂ ୪୫ ବର୍ଷ ବୟସ୍କ ସୁରେଶ ଅଛନ୍ତି। ଆଠ ଜଣ ଲୋକଙ୍କ ଶରୀରର ୮୦ ପ୍ରତିଶତ ପର୍ଯ୍ୟନ୍ତ ଜଳିଯାଇଛନ୍ତି। ଅନୁସନ୍ଧାନରୁ ଜଣାପଡିଛି ଯେ ଯେଉଁ ଘରେ ରିଫିଲିଂ ଚାଲିଥିଲା ସେହି ଘର କୋଜାରାମ ଲୋହାରଙ୍କର ଥିଲା। କୋଜାରାମଙ୍କ ପୁଅ ଗ୍ୟାସ ରିଫିଲିଂ କାମ କରନ୍ତି । ଦୁର୍ଘଟଣାର କାରଣ କଣ ତାହା ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ। ରିଫିଲିଂ ସମୟରେ ଏହି ବିସ୍ଫୋରଣ ହୋଇଥିବା ସନ୍ଦେହ କରାଯାଉଛି।

ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଟୁଇଟ କରି ଏନେଇ ଦୁଃଖ ପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି ଯେ ଘଟଣା ସମ୍ପର୍କରେ ସୂଚନା ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିଆଯାଇଛି। ଆହତଙ୍କ ଚିକିତ୍ସା ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଅନୁସନ୍ଧାନରେ ପ୍ରାୟ ଚାରି ଡଜନ ଘରୋଇ ଏବଂ ବ୍ୟବସାୟିକ ସିଲିଣ୍ଡର ମଧ୍ୟ ଘରୁ ବାହାର କରାଯାଇଛି। କୁହାଯାଉଛି ଯେ ଏହି ଘରଟି ଲୋକଙ୍କ ଘରେ ସିଲିଣ୍ଡର ନେଇଥିବା ହକରଙ୍କର। ବିସ୍ଫୋରଣରେ ଘରର କିଛି ଅଂଶ ମଧ୍ୟ ଭୁଶୁଡି ପଡିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଜିଲାପାଳ ଏବଂ ଏସପି ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ବିଧାୟକ ମନୀଷା ପାୱାର କହିଛନ୍ତି ଯେ ଏହି ଘଟଣା ସମ୍ପର୍କରେ ସିଏମଓ କାର୍ଯ୍ୟାଳୟରୁ ମନିଟରିଂ କରାଯାଉଛି। ସହରରେ ବେଆଇନ ଗ୍ୟାସ ରିଫିଲିଂ କାମ ଚାଲିଛି। ଏହାକୁ ପରୀକ୍ଷା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri