Posted inଜାତୀୟ

ମୁଁ ବି ଟ୍ରାଫିକ୍‌ ନିୟମ ଭାଙ୍ଗିଛି: ଗଡକରୀ

ନୂଆଦିଲ୍ଲୀ,୬।୯: ଜଣାଶୁଣା ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ପରେ ସଡକ ସୁରକ୍ଷା ବୈଶିଷ୍ଟ୍ୟକୁ ନେଇ ଅନେକ ପ୍ରଶ୍ନ ଉଙ୍କି ମାରୁଛି। ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ, ସେ ପଛ ସିଟରେ ବସିଥିଲେ ଏବଂ ସେ ସିଟ ବେଲ୍ଟ ପିନ୍ଧି ନ ଥିଲେ। ଏ ସମ୍ପର୍କରେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀ ନିଜ ପ୍ରତିକ୍ରିୟା ଦେଇଛନ୍ତି।
ଗଡକରୀ କହିଛନ୍ତି, ସଡ଼କ ସୁରକ୍ଷା ପ୍ରସଙ୍ଗରେ ଭାରତୀୟଙ୍କ ମଧ୍ୟରେ ମାନସିକତା ବଦଳିବା ଆବଶ୍ୟକ। ଆମେ ଭାବୁଛୁ ପଛ ସିଟରେ ସିଟ ବେଲ୍ଟ ଆବଶ୍ୟକ ନାହିଁ, କିନ୍ତୁ ଏହା ଭାବିବା ସମ୍ପୂର୍ଣ୍ଣ ଭୁଲ। ମୋର ଯୌବନରେ ମୁଁ ମଧ୍ୟ ଅନେକ ଟ୍ରାଫିକ ନିୟମ ଭାଙ୍ଗିଛି, କିନ୍ତୁ ସେତେବେଳେ ମୁଁ ଜାଣି ନ ଥିଲି ଯେ ଏହା କେତେ ବିପଜ୍ଜନକ ଅଟେ। କଲେଜ ନିର୍ବାଚନ ସମୟରେ ୪ ଜଣ ପିଲା ଗୋଟିଏ ସ୍କୁଟରରେ ବୁଲୁଥିଲୁ। ନମ୍ବର ପ୍ଲେଟକୁ ହାତରେ ଲୁଚାଇ ଦେଉଥିଲୁ। ଏବେ କିନ୍ତୁ ଆମର ମାନସିକତାକୁ ପରିବର୍ତ୍ତନ କରି ନିୟମ ମାନିବାକୁ ପଡ଼ିବ।
ନୀତିନ ଗଡକରୀ ଆହୁରି ମଧ୍ୟ କହିଛନ୍ତି, ମୁଁ କିଛି ଦିନ ପୂର୍ବରୁ ଚାରିଜଣ ମୁଖ୍ୟମନ୍ତ୍ରୀଙ୍କ କାରରେ ବସିଥିଲି। ସମସ୍ତଙ୍କ ଆଗ ସିଟରେ ସିଟ ବେଲ୍ଟରେ କ୍ଲିପ ରହିଥିଲା, ଯାହା ଦ୍ୱାରା ସତର୍କ ଆଲାରାମ୍‌ ବାଜିବ ନାହିଁ। ଏହା ଦେଖିବା ପରେ ମୁଁ ଡ୍ରାଇଭରକୁ ଗାଳି ଦେଇ କ୍ଲିପ କାଢିଲି। ଏହା ପରେ ମୁଁ ଏପରି କ୍ଲିପ ତିଆରି କରିବା ଉପରେ ରୋକ ଲଗାଇ ଦେଇଥିଲି। ସଡକ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବାକୁ କେନ୍ଦ୍ର ପରିବହନ ମନ୍ତ୍ରଣାଳୟ ବଲିଉଡ ତାରକା, କ୍ରିକେଟର ଏବଂ ଗଣମାଧ୍ୟମର ସହାୟତା ନେଉଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri