Posted inଜାତୀୟ

ମୁଁ ବି ଟ୍ରାଫିକ୍‌ ନିୟମ ଭାଙ୍ଗିଛି: ଗଡକରୀ

ନୂଆଦିଲ୍ଲୀ,୬।୯: ଜଣାଶୁଣା ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ପରେ ସଡକ ସୁରକ୍ଷା ବୈଶିଷ୍ଟ୍ୟକୁ ନେଇ ଅନେକ ପ୍ରଶ୍ନ ଉଙ୍କି ମାରୁଛି। ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ, ସେ ପଛ ସିଟରେ ବସିଥିଲେ ଏବଂ ସେ ସିଟ ବେଲ୍ଟ ପିନ୍ଧି ନ ଥିଲେ। ଏ ସମ୍ପର୍କରେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀ ନିଜ ପ୍ରତିକ୍ରିୟା ଦେଇଛନ୍ତି।
ଗଡକରୀ କହିଛନ୍ତି, ସଡ଼କ ସୁରକ୍ଷା ପ୍ରସଙ୍ଗରେ ଭାରତୀୟଙ୍କ ମଧ୍ୟରେ ମାନସିକତା ବଦଳିବା ଆବଶ୍ୟକ। ଆମେ ଭାବୁଛୁ ପଛ ସିଟରେ ସିଟ ବେଲ୍ଟ ଆବଶ୍ୟକ ନାହିଁ, କିନ୍ତୁ ଏହା ଭାବିବା ସମ୍ପୂର୍ଣ୍ଣ ଭୁଲ। ମୋର ଯୌବନରେ ମୁଁ ମଧ୍ୟ ଅନେକ ଟ୍ରାଫିକ ନିୟମ ଭାଙ୍ଗିଛି, କିନ୍ତୁ ସେତେବେଳେ ମୁଁ ଜାଣି ନ ଥିଲି ଯେ ଏହା କେତେ ବିପଜ୍ଜନକ ଅଟେ। କଲେଜ ନିର୍ବାଚନ ସମୟରେ ୪ ଜଣ ପିଲା ଗୋଟିଏ ସ୍କୁଟରରେ ବୁଲୁଥିଲୁ। ନମ୍ବର ପ୍ଲେଟକୁ ହାତରେ ଲୁଚାଇ ଦେଉଥିଲୁ। ଏବେ କିନ୍ତୁ ଆମର ମାନସିକତାକୁ ପରିବର୍ତ୍ତନ କରି ନିୟମ ମାନିବାକୁ ପଡ଼ିବ।
ନୀତିନ ଗଡକରୀ ଆହୁରି ମଧ୍ୟ କହିଛନ୍ତି, ମୁଁ କିଛି ଦିନ ପୂର୍ବରୁ ଚାରିଜଣ ମୁଖ୍ୟମନ୍ତ୍ରୀଙ୍କ କାରରେ ବସିଥିଲି। ସମସ୍ତଙ୍କ ଆଗ ସିଟରେ ସିଟ ବେଲ୍ଟରେ କ୍ଲିପ ରହିଥିଲା, ଯାହା ଦ୍ୱାରା ସତର୍କ ଆଲାରାମ୍‌ ବାଜିବ ନାହିଁ। ଏହା ଦେଖିବା ପରେ ମୁଁ ଡ୍ରାଇଭରକୁ ଗାଳି ଦେଇ କ୍ଲିପ କାଢିଲି। ଏହା ପରେ ମୁଁ ଏପରି କ୍ଲିପ ତିଆରି କରିବା ଉପରେ ରୋକ ଲଗାଇ ଦେଇଥିଲି। ସଡକ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବାକୁ କେନ୍ଦ୍ର ପରିବହନ ମନ୍ତ୍ରଣାଳୟ ବଲିଉଡ ତାରକା, କ୍ରିକେଟର ଏବଂ ଗଣମାଧ୍ୟମର ସହାୟତା ନେଉଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri