Posted inଜାତୀୟ

ସଡକ ଦୁର୍ଘଟଣାରେ ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ପରଲୋକ

ମୁମ୍ବାଇ,୪।୯: ଟାଟା ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ତଥା ବ୍ୟବସାୟୀ ସାଇରସ ମିସ୍ତ୍ରୀଙ୍କ ଏକ ସଡକ ଦୁର୍ଘଟଣାରେ ପରଲୋକ ଘଟିଛି। ମୃତୁ୍‌ୟ ବେଳକୁ ତାଙ୍କୁ ମାତ୍ର ୫୪ ବର୍ଷ ହୋଇଥିଲା। ସେ କାର୍‌ରେ ଗୁଜରାଟରୁ ମୁମ୍ବାଇ ଫେରୁଥିବାବେଳେ ମୁମ୍ବାଇର ପାଲଘର ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ତାଙ୍କ କାର୍‌ ଏକ ଡିଭାଇଡର୍‌ରେ ପିଟି ହୋଇଯାଇଥିଲା। କାର୍‌ରେ ମୋଟି ୪ ଜଣଙ୍କ ଥିଲେ। ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୨ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସାଇରସ୍‌ଙ୍କ ମୃତ୍ୟୁକୁ ପାଲଘର ଏସପି ନିଶ୍ଚିତ କରିଛନ୍ତି।
ସୂଚନାଯୋଗ୍ୟ, ଦୀର୍ଘ ଦିନ ଧରି ରତନ ଟାଟା ଏବଂ ସାଇରସ ମିସ୍ତ୍ରୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ଡିସେମ୍ବର ୨୦୧୨ରେ, ସାଇରସ ମିସ୍ତ୍ରୀଙ୍କୁ ରତନ ଟାଟା ଦ୍ୱାରା ଟାଟା ଗ୍ରୁପର ଚେୟାରମ୍ୟାନ କରାଯାଇଥିଲା। ୨୦୧୬ରେ ତାଙ୍କୁ ଏହି ପଦରୁ ହଟାଇ ଦିଆଯାଇଥିଲା। ଏହି ପଦବୀରୁ ହଠାତ୍‌ ହଟାଯିବା ହେତୁ ସେ କୋର୍ଟର ଆଶ୍ରୟ ନେଇଥିଲେ। ସେ ନ୍ୟାଶନାଲ କମ୍ପାନୀ ଆଇନ ଟ୍ରିବ୍ୟୁନାଲକୁ ଯାଇଥିଲେ। ଏଠାରେ ତାଙ୍କ ସପକ୍ଷରେ ନିଷ୍ପତ୍ତି ନିଆଯାଇଥିଲା। ତେବେ ଏହି ନିଷ୍ପତ୍ତି ପରେ ରତନ ଟାଟା ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri