Posted inରାଜ୍ୟ

ଡି.ଏସ୍‌. କୁଟ୍ଟେଙ୍କୁ ରାଷ୍ଟ୍ରପତି ପୋଲିସ ପଦକ

ଭୁବନେଶ୍ୱର,୨୬ା୧(ବ୍ୟୁରୋ): ଓଡ଼ିଶାରୁ ୨ ଜଣ ପୋଲିସ କର୍ମଚାରୀଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ମିଳିବ। ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଡି.ଏସ୍‌. କୁଟ୍ଟେ ଏବଂ ଭିଜିଲାନ୍ସ କନ୍‌ଷ୍ଟେବଲ ପ୍ରହଲ୍ଲାଦ କୁମାର ରାଉତ ସମ୍ମାନିତ ହେବେ। ସେହିପରି ପ୍ରଶଂସନୀୟ ସେବା କାର୍ଯ୍ୟ ପାଇଁ ଓଡ଼ିଶାର ୧୧ ଜଣ ପୋଲିସ କର୍ମଚାରୀଙ୍କୁ ପୋଲିସ ପଦକ ମିଳିବ। ଗୁରୁବାର ସାଧାରଣତନ୍ତ୍ର ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯିବ।

ଡି.ଏସ୍‌. କୁଟ୍ଟେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଅଛନ୍ତି। ଓଡ଼ିଶାରୁ କୁଟ୍ଟେଙ୍କୁ ଉଲ୍ଲେଖନୀୟ ସେବା ପୋଲିସ ପଦକ ମିଳିବ । ୧୯୯୭ ବ୍ୟାଚ୍‌ର ଏହି ଆଇପିଏସ୍‌ ଅଫିସର ଯାଜପୁର, ରାଉରକେଲା ଓ ଗଜପତି ଏସ୍‌ପି ଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି। ଏହାଛଡ଼ା ସେ କେନ୍ଦ୍ରାଞ୍ଚଳ ଡିଆଇଜି ଓ ଗୋଇନ୍ଦା ଡିଆଇଜି ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ୨୦୧୫ରୁ ୨୦୧୬ ଗୋଇନ୍ଦା ବିଭାଗ ଆଇଜି ଭାବେ କାର୍ଯ୍ୟ କରିଛନ୍ତି । ସେ ୨୦୧୬ରୁ ୨୦୧୭ ରାଜ୍ୟ ପରିବହନ କମିଶନର ଥିଲେ । ଗୋଇନ୍ଦା ବିଭାଗ ଡିଆଇଜି ଥିବା ବେଳେ ୨୦୧୩ରେ ପ୍ରଶଂସନୀୟ ସେବା ପାଇଁ ସେ ପୋଲିସ ପଦକ ପାଇଥିଲେ । ୨୦୧୭ରୁ ମୁଖ୍ୟମନ୍ତ୍ରୀଙ୍କ ଓଏସ୍‌ଡି ଭାବେ ନିଯୁକ୍ତି ପାଇଛନ୍ତି ।

ପୋଲିସ ପଦକ ବିଜେତାମାନେ ହେଲେ ଭଦ୍ରକର ଅତିରିକ୍ତ ଏସ୍‌ପି ଯତୀନ୍ଦ୍ର କୁମାର ପଣ୍ଡା ଓ ପ୍ରଦ୍ୟୁମ୍ନ କୁମାର ମିଶ୍ର, ସୁନ୍ଦରଗଡ଼ ଭିଜିଲାନ୍ସ ୟୁନିଟ୍‌ର ଡିଏସ୍‌ପି ସୁଧାଂଶୁ ଶେଖର ପୂଜାରୀ, ଭୁବନେଶ୍ବର ଏସିପି ହିମାଂଶୁ ଭୂଷଣ ସ୍ବାଇଁ, ଭୁବନେଶ୍ବରସ୍ଥିତ ବିପିଏସ୍‌ପିଏର ଡେପୁଟି କମାଣ୍ଡାଣ୍ଟ ଜ୍ଞାନେନ୍ଦ୍ର କୁମାର ଦାସ, ଭୁବନେଶ୍ବରସ୍ଥିତ ସିକ୍ୟୁରିଟି ୱିଙ୍ଗ୍‌ ଇନ୍ସପେକ୍ଟର ଅରୁଣ ବଳିଆରସିଂ, ବ୍ରହ୍ମପୁର ଭିଜିଲାନ୍ସ ଡିଭିଜନ ଏସ୍‌ଆଇ ଯୁଗଳ କିଶୋର ପ୍ରଧାନ, କଟକ ନୂଆପାଟଣାର କନ୍‌ଷ୍ଟେବଲ ସରୱରଦ୍ଦିନ୍‌ ଖାଁ, ଭୁବନେଶ୍ବରସ୍ଥିତ ଏସ୍ସିଆରବି ପୋଲିସ ଏଏସ୍‌ଆଇ (କମ୍ପ୍ୟୁଟର୍‌) ବିଜ୍ଞାନ ଭୂଷଣ ମହାନ୍ତି, ଭୁବନେଶ୍ବରର ପୋଲିସ ଡ୍ରିଲ୍‌ ଇନ୍ସପେକ୍ଟର୍‌ ଅନିଲ କୁମାର ମିଞ୍ଜ ଓ ରାଉରକେଲାସ୍ଥିତ ୪ର୍ଥ ବାଟାଲିୟନର ସିପାହି ପ୍ରଦୀପ କୁମାର ବେହେରା। ସାଧାରଣତନ୍ତ୍ର ଦିବସ ଅବସରରେ ସେମାନଙ୍କୁ ପୁରସ୍କୃତ କରାଯିବ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ୨୦୨୩ ପାଇଁ ୯୦୧ ପୋଲିସ କର୍ମଚାରୀଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ମିଳିବ। ସେଥିରୁ ୧୪୦ଜଣଙ୍କୁ ସାହସିକତା ପୁରସ୍କାର ମିଳିବାକୁ ଥିବା ବେେଳେ ୯୩ ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ରାଷ୍ଟ୍ରପତି ପୋଲିସ ପଦକ ମିଳିବ । ସେହିପରି ୬୬୮ଜଣଙ୍କୁ ପ୍ରଶଂସନୀୟ ସେବା ପାଇଁ ପୁରସ୍କାର ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri