Posted inଜାତୀୟ

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨ ରୁ ୩ ପ୍ରତିଶତ ବୃଦ୍ଧି ହେବାର ଆଶା ରଖିଛନ୍ତି। ଏହି ସମୟରେ ସରକାର CPSE କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ଅର୍ଥାତ୍‌ ସେମାନଙ୍କ ଦରମାରେ ବୃଦ୍ଧି ଘଟିବାକୁ ଯାଉଛି। ବଢ଼ୁଥିବା ମହଙ୍ଗାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି, ଯାହାଦ୍ୱାରା କର୍ମଚାରୀମାନଙ୍କ ମାସିକ ବଜେଟ ଉପରେ ମହଙ୍ଗାର କମ ପ୍ରଭାବ ପଡ଼ିବ।

ପ୍ରକୃତରେ, କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଲୋକ ଉଦ୍ୟୋଗ ବିଭାଗ ଇଣ୍ଡଷ୍ଟ୍ରିଆଲ ଡିୟରନେସ ଆଲାଉନ୍ସ ଅର୍ଥାତ୍‌ ଶିଳ୍ପ ମହଙ୍ଗା ଭତ୍ତା ବୃଦ୍ଧି କରିଛି ଏବଂ IDA ର ନୂତନ ହାର ଜାରି କରିଛି। CPSE ଅର୍ଥାfD କେନ୍ଦ୍ର ସରକାରଙ୍କ ସ୍ବାମୀତ୍ୱରେ ଥିବା କମ୍ପାନୀଗୁଡ଼ିକର ଅଧିକାରୀ ଏବଂ ଅଣ-ୟୁନିୟନ ସୁପରଭାଇଜରମାନେ ଏହି DA ବୃଦ୍ଧିର ଲାଭ ପାଇବେ।

କେନ୍ଦ୍ରୀୟ ଲୋକ ଉଦ୍ୟୋଗ ବିଭାଗର ବିଜ୍ଞପ୍ତି ଅନୁଯାୟୀ ୧୯୮୭, ୧୯୯୭, ୨୦୦୭ ଏବଂ ୨୦୧୭ ବେତନମାନ ଅନ୍ତର୍ଗତ ଆସୁଥିବା CPSE କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି। AICPI ଅର୍ଥାତ୍‌ ଅଲ ଇଣ୍ଡିଆ କନ୍ଜ୍ୟୁମର୍‌ ପ୍ରାଇସ ଇଣ୍ଡକ୍ସ (All India Consumer Price Index) ଆଧାରରେ ଏହି ବୃଦ୍ଧି କରାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri