Posted inଖେଳ

ଶିଖର ଧାଓ୍ବନଙ୍କୁ ଶକ୍ତ ଚାପୁଡା ମାରିଲେ ବାପା, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୬।୧: ଭାରତୀୟ ଦଳର ଷ୍ଟାର୍‌ ଓପନର୍‌ ଶିଖର ଧାୱନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ପ୍ରାୟତଃ ଫଟୋ-ଭିଡିଓ ଶେୟାର୍‌ କରନ୍ତି। ପ୍ରଶଂସକମାନେ ମଧ୍ୟ ଏହାକୁ ପସନ୍ଦ କରନ୍ତି। ନିକଟରେ ସେ ନିଜ ବାପାଙ୍କ ସହ ଇନଷ୍ଟାଗ୍ରାମରେ ଏକ ଭିଡିଓ କ୍ଲିପ ଶେୟାର କରିଛନ୍ତି। ଭିଡିଓରେ ବାପା ତାଙ୍କୁ ଚାପୁଡ଼ା ମାରିବା ଦେଖିବାକୁ ମିଳିଛି। ଏହା ଏକ ମଜାଦାର ଭିଡିଓ କ୍ଲିପ। ଏହି ଭିଡିଓକୁ ଏପର୍ଯ୍ୟନ୍ତ ୩ ଲକ୍ଷରୁ ଅଧିକ ଉପଭୋକ୍ତା ପସନ୍ଦ କରିଛନ୍ତି। ଏଥିସହିତ ୩ ହଜାରରୁ ଅଧିକ କମେଣ୍ଟ ଦିଆଯାଇଛି।
ଭିଡିଓରେ ଦେଖାଯାଉଛି ଯେ ଧାୱନଙ୍କ ବାପା ତାଙ୍କ ରୁମ୍‌ରୁ ବାହାରି ପଞ୍ଜାବୀରେ ପଚାରିଛନ୍ତି – ଆପଣ ଭିତରକୁ ବୁଲିବାକୁ ଆସିଛନ୍ତି କି? ଏହା ଉପରେ, ଧାୱନ ମଜା ସହିତ ପଚାରନ୍ତି – ୱାରେଣ୍ଟ ଆଣିଛନ୍ତି, କିଛି ପ୍ରମାଣ ଅଛି କି? ପରବର୍ତ୍ତୀ ମୁହୂର୍ତ୍ତରେ ତାଙ୍କ ବାପା ତାଙ୍କୁ ଚାପୁଡ଼ା ମାରିବା ସହ ତାଙ୍କୁ ରୁମ୍‌ ଭିତରକୁ ଠେଲି ନେଉଛନ୍ତି। ଧାୱନ ତାଙ୍କ ଗାଲରେ ହାତ ରଖି ଆଶ୍ଚର୍ଯ୍ୟ ହୋଇ ରୁମ୍‌ ଭିତରକୁ ଚାଲିଯାଆନ୍ତି। ଧାଓ୍ବନ ଏହି ଭିଡିଓ ଶେୟାର କରି ଲେଖିଛନ୍ତି, ବାପ୍‌, ବାପ୍‌ ହୋତା ହୈ।
ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜର ୨ଟି ମ୍ୟାଚରେ ଶିଖର ଧାୱନ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ପାରଲରେ ପ୍ରଥମ ଦିନିକିଆରେ ୭୯ ରନ ସଂଗ୍ରହ କରିଥିବାବେଳେ କେପଟାଉନରେ ତୃତୀୟ ଦିନିକିଆରେ ସେ ୬୧ ରନ ସଂଗ୍ରହ କରିଥିଲେ। ତେବେ ଭାରତୀୟ ଦଳ ସିରିଜରେ କୌଣସି ଦିନିକିଆ ଜିତି ନ ପାରି ୦-୩ରେ ହାରି ଯାଇଥିଲା।

 

View this post on Instagram

 

A post shared by Shikhar Dhawan (@shikhardofficial)


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri