ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ
ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଚିଣ୍ଟୁ ସାହୁ ଓ ସିତୁ ସ୍ବାଇଁ। ଘଟଣା ଅନୁଯାୟୀ, ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ମୁଖ୍ୟ ଫାଟକ ନିକଟରେ ଷ୍ଟିଲ ରଡ୍‌ ଓ ଟାଙ୍ଗିଆ ଧରି ଛାତ୍ରମାନଙ୍କୁ ଭୟଭୀତ କରିଥିଲେ। ଏଥିସହ କିଛି ବାଇକ୍‌ରେ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଥିଲା।

Dharitri – Odisha’s No.1 Odia Daily

Share