ଠେଙ୍ଗୋ ଡ୍ୟାମରେ ଦୁର୍ବୃତ୍ତଙ୍କ ଦାଦାଗିରି

ଅମରପାଲି,୪ା୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡର ହରିହର ଯୋର ଜଳସେଚନ ପ୍ରକଳ୍ପ (ଠେଙ୍ଗୋ ଡ୍ୟାମ)ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ। ଏଠାକୁ ପ୍ରତ୍ୟହ ଜିଲା ଓ ଜିଲା ବାହାରର ତଥା ରାଜ୍ୟ ବାହାରୁ ହଜାର ହଜାର ପର୍ଯ୍ୟଟକଙ୍କ ସମାଗମ ହୋଇଥାଏ। ଏହାସହିତ ଅନେକ ପିକନିକ ପାର୍ଟି ମଧ୍ୟ ଏଠାକୁ ବଣଭୋଜି କରିବାକୁ ଆସିଥାନ୍ତି। ସେମାନଙ୍କୁ ଆକୃଷ୍ଟ କରିବାକୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ପର୍ଯ୍ୟଟକଙ୍କ ନୌକା ବିହାର ପାଇଁ ବୋଟ ଆସିଛି। ମାତ୍ର ଏହା ଉଦ୍‌ଘାଟନ ଅପେକ୍ଷାରେ ରହିଛି। ତେବେ ଏହି ବୋଟକୁ କିଛି ଦୁର୍ବୃତ୍ତ ଭଙ୍ଗାରୁଜା କରିଥିବା ନେଇ ବୀରମହାରାଜପୁର ଥାନାରେ ନଂ ୨/୨୪ରେ ଏକ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ, ଗତ ଜାନୁୟାରୀ ୧ ତାରିଖରେ ନବବର୍ଷ ଉପଲକ୍ଷେ ବହୁ ପର୍ଯ୍ୟଟକ ଭୋଜି କରିବା ପାଇଁ ଆସିଥିବା ବେଳେ କେତେଜଣ ଅସାମାଜିକ ଯୁବକ ନୌକା ବିହାର କରିବା ପାଇଁ ସମ୍ପୃକ୍ତ କର୍ମଚାରୀଙ୍କ ନିକଟରେ ଜିଦ କରିଥିଲେ। କର୍ମଚାରୀ ଜଣକ ମନା କରିବାରୁ ସେମାନେ ଗଣ୍ଡଗୋଳ କରି ଫେରିଥିଲେ। କିନ୍ତୁ ସନ୍ଧ୍ୟା ସମୟରେ କେହି ନ ଥିବାର ସୁଯୋଗ ନେଇ ସେମାନେ ବୋଟର କାଚ ଭାଙ୍ଗିବା ସହ ବୋଟର ଅନେକାଂଶ କ୍ଷତି କରିଥିବା ନେଇ ବୀରମହାରାଜପୁର ଥାନାରେ ଦାୟିତ୍ୱରେ ଥିବା ବନରକ୍ଷୀ ରଘୁମଣି ଭୋଇ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ ଠେଙ୍ଗୋ ଡ୍ୟାମ ନିକଟସ୍ଥ ସାଗଜୁରି ଗ୍ରାମର କେତେଜଣ ଯୁବକ ବୋଟ ଭାଙ୍ଗିଥିବା ନେଇ ସେ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି। ହରିହର ଯୋର ଫାଣ୍ଡି ଅଧିକାରୀ ଏଏସଆଇ ଅରକ୍ଷିତ ମାଝି ଏନେଇ ଅଧିକ ତଦନ୍ତ ଜାରି ରହିଛି ଏବଂ ବୋଟ ଭାଙ୍ଗିଥିବା ଅଭିଯୁକ୍ତମାନଙ୍କୁ ଶୀଘ୍ର ଧରାଯିବ ବୋଲି ପ୍ରକାଶ କରିଛନ୍ତି। ଉକ୍ତ ଘଟଣାକୁ ଅଞ୍ଚଳରେ ତୀବ୍ର ନିନ୍ଦା କରାଯାଇଛି। ସୂଚନା ଯୋଗ୍ୟ ଠେଙ୍ଗୋ ଡ୍ୟାମରେ ଆବଶ୍ୟକ ଠାରୁ କମ କର୍ମଚାରୀ ଥିବାରୁ ନବବର୍ଷରେ ମଧ୍ୟ ଏଠାରେ ପାଟ୍ରୋଲିଂ ଠିକରେ ହୋଇ ନ ଥିବା ସ୍ଥାନୀୟ ଲୋକେ ଓ ପର୍ଯ୍ୟଟକମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri