ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲା ଶ୍ରମିକ ମହାସଂଘର ଚାରି ଜଣିଆ ପ୍ରତିନିଧି ମଣ୍ଡଳୀ ତାଙ୍କ ଘରକୁ ଯାଇ ସମବେଦନା ଜଣାଇବା ସହ ଲଖନା ଥାନାକୁ ଯାଇ ଥାନା ଅଧିକାରୀ ରଞ୍ଜନ ନାୟକଙ୍କ ସହ ଆଲୋଚନା କରିଥିଲେ। ବଲାଙ୍ଗୀର ଜିଲାର ଦାଦନ ଦଲାଲ ବିନା ପଞ୍ଜିକରଣରେ ନୂଆପଡ଼ା ଜିଲାର ଦାଦନ ଶ୍ରମିକଙ୍କୁ ଅଧିକ ଟଙ୍କା ପ୍ରଲୋଭନ ଦେଖାଇ ବାହାର ରାଜ୍ୟକୁ ଚାଲାଣ କରୁଛନ୍ତି। ହେଲେ ଜିଲା ପ୍ରଶାସନ, ପୋଲିସ ଓ ଜିଲା ଶ୍ରମ ବିଭାଗ ଆଖି ବୁଜି ଦେଇଛନ୍ତି। ନୂଆପଡାକୁ ଦାଦନ ଶ୍ରମିକ ମୁକ୍ତ ଜିଲା ଭାବରେ ଗଠନ କରିବା ପାଇଁ ଜିଲା ପ୍ରଶାସନ ପ୍ରତ୍ୟେକ ସୋମବାର ଗୋଟିଏ ପଞ୍ଚାୟତକୁ ଯାଇ ସଚେତନ କରୁଛନ୍ତି। ହେଲେ ଏହା ପ୍ରହସନରେ ପରିଣତ ହୋଇଛି ବୋଲି ଶ୍ରମିକ ମହାସଂଘ ପକ୍ଷରୁ କୁହାଯାଇଛି। କାମଧନ୍ଦା ଅଭାବରୁ ପରିବାର ପ୍ରତିପୋଷଣ ପାଇଁ ଏଠାକାର ଶ୍ରମିକ ଦଲାଲମାନଙ୍କ ମୋହରେ ପଡି ବାହାର ରାଜ୍ୟକୁ ଯାଇ ନିର୍ଯାତନାର ଶିକାର ହେଉଛନ୍ତି। ପ୍ରତିଦିନ ଟ୍ରେନ୍‌, ବସ୍‌ ଯୋଗେ ଶ୍ରମିକ ଚାଲାଣ ହେଉଥିଲେ ମଧ୍ୟ ଏହା ଉପରେ ଅଙ୍କୁଶ ଲଗାଯାଉନାହିଁ। ଯଥାଶୀଘ୍ର ଦାଦନ ଶ୍ରମିକ ମୃତ୍ୟୁର ତଦନ୍ତ କରି ପ୍ରକୃତ ଦୋଷୀ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନକୁ ଓହ୍ଲାଇବୁ ବୋଲି ଶ୍ରମିକ ମହାସଂଘ ଚେତାବନୀ ଦେଇଛି। ଜିଲାର ଦାଦନ ସମସ୍ୟା ଉପରେ ବହୁ ଶୀଘ୍ର ମହାସଂଘର ଏକ ପ୍ରତିନିଧି ମଣ୍ଡଳୀ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଆଲୋଚନା କରିବ ବୋଲି ଜିଲା ଶ୍ରମିକ ମହାସଂଘ ଆବାହକ ଯଦୁମଣି ପାଣିଗ୍ରାହୀ କହିଛନ୍ତି। ଏହି ସମୟରେ ଜିଲା ଶ୍ରମିକ ମହାଂସଘ ଜିଲା ସହ ଆବାହକ ଭକ୍ତବନ୍ଧୁ ଧରୁଆ, ସୁଖଦେବ ସାହୁ, ଅନିରୁଦ୍ଧ ନାଗ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri