ପାଠ ଛାଡ଼ି ଦାଦନ ଯାଉଛନ୍ତି ଛାତ୍ରୀଛାତ୍ର

ବାରିପଦା ଅଫିସ, ୯ା୧୧-ବାରିପଦା ମ୍ୟୁନସିପାଲିଟି ଅଧୀନ ୯ନଂ. ୱାର୍ଡରେ ବସବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ଛାତ୍ରୀଛାତ୍ରମାନେ ସରକାରୀ ସୁବିଧାରୁ ବଞ୍ଚିିତ ହେଉଛନ୍ତି। ବାସସ୍ଥାନ ପ୍ରମାଣପତ୍ର ନ ଥିବାରୁ ଆଶ୍ରମ ବିଦ୍ୟାଳୟରେ ନାମ ଲେଖାଇ ନ ପାରି ସରକାରୀ ସ୍କୁଲରେ ପାଠପଢୁଛନ୍ତିା ଫଳରେ ଅଧାରୁ ପାଠପଢ଼ା ଛାଡ଼ି ପରିବାର ସହ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି। ଏନେଇ ୱାର୍ଡବାସୀ ସୋମବାର ଏକ ବୈଠକରେ ଏକାଠି ହୋଇ ଆସନ୍ତା ପଞ୍ଚାୟତ ନିର୍ବାଚନରେ ୱାର୍ଡ ମଧ୍ୟକୁ କୌଣସି ନେତାଙ୍କୁ ପୁରାଇ ଦିଆଯିବ ନାହିଁ ବୋଲି କଡ଼ା ଚେତାବନୀ ଦେଇଛନ୍ତି ା
ବୁଢ଼ାବଳଙ୍ଗ ନଦୀ ତଟବର୍ତ୍ତୀ ଅଞ୍ଚଳରେ ଅବସ୍ଥିତ ଉକ୍ତ ୱାର୍ଡରେ ୫୫ଟି ପରିବାରର ୩ଶହରୁ ଊର୍ଦ୍ଧ୍ୱ ଲୋକ ବସବାସ କରନ୍ତି। ସେଠାରେ ସେମାନେ ୪୫ବର୍ଷ ଧରି ରହିବା ପରେ ମଧ୍ୟ ବାସସ୍ଥାନ ପ୍ରମାଣପତ୍ର ମିଳିପାରୁ ନ ଥିବା ୱାର୍ଡବାସୀ ମାଳତୀ ସିଂ, ମୀନତୀ ସିଂ, ସଞ୍ଜୁଲତା ନାଏକ ପ୍ରମୁଖ ପ୍ରକାଶ କରିଛନ୍ତି। ଏ ସଂକ୍ର୍ରାନ୍ତରେ ବାରମ୍ବାର ପ୍ରଶାସନକୁ ଅବଗତ କରିବା ପରେ ମଧ୍ୟ ଦୀର୍ଘ ବର୍ଷ ଧରି କେବଳ ପ୍ରତିଶ୍ରୁତି ମିଳିଛି। ମାଟ୍ରିକ ପାସ୍‌ ପରେ ଆବଶ୍ୟକ ପ୍ରମାଣପତ୍ର ଅଭାବରୁ ଛାତ୍ରୀଛାତ୍ରମାନେ ଉଚ୍ଚ ଶିକ୍ଷାରୁ ବଞ୍ଚିତ ହେଉଥିବା ଅଭିଭାବକ ଲକ୍ଷ୍ମଣ ମୁଣ୍ଡା, ରାଜୁ ସିଂ, ମଙ୍ଗଲ ସିଂ ପ୍ରମୁଖ କହିଛନ୍ତି। ସେହିପରି ପ୍ରତିବର୍ଷ ନଦୀର ଜଳସ୍ତର ବୃଦ୍ଧି ପାଇ ଅନେକ ଘର ଭାଙ୍ଗି ଯାଇଥିବା ବେଳେ ପଟ୍ଟା ଅଭାବରୁ କ୍ଷତିଗ୍ରସ୍ତଙ୍କୁ ବିଜୁ ପକ୍କା ଘର କିମ୍ବା ପ୍ରଧାନମନ୍ତ୍ରୀ ଆବାସ ମିଳିପାରୁନି। ନିରାପଦ ଛାତ ତଳେ ରହିବା ପାଇଁ ତହସିଲ କାର୍ଯ୍ୟାଳୟ ଓ ମ୍ୟୁନିସିପାଲିଟି ଅଫିସ ଦୌଡ଼ି ଦୌଡ଼ି ନୟାନ୍ତ ହେବା ପରେ ଭାଗ୍ୟକୁ ଆଦରି ସେମାନେ ପଡ଼ି ରହିଥିବା ମେଘନାଦ ସିଂ, ଦୁର୍ଗାମଣି ସିଂ ଓ ଲକ୍ଷ୍ମୀ ସିଂ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri