ଧ୍ରୁବଙ୍କୁ ଅପହରଣ କରିନେଇଥିଲେ ଦାଦନ ସର୍ଦ୍ଦାର: ମାସେ ପରେ ଘଟିଲା…

ନୂଆପଡ଼ା,୧୯ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା ଖଡିଆଳ ଥାନା ତୁକଲା ଗଁାର ଧ୍ରୁବ ଚରଣ ଶବର(୬୫) ଅପହରଣର ମାସେ ପରେ ଆନ୍ଧ୍ରରୁ ଉଦ୍ଧାର ହୋଇଥିଲେ ମଧ୍ୟ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ପୋଲିସ ଅପହୃତାଙ୍କୁ ଉଦ୍ଧାର କରିଥିଲେ ସୁଦ୍ଧା ଅପହରଣକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଅଭିଯୋଗ ଅନୁଯାୟୀ, ତୁକଲା ଗଁାର ଧ୍ରୁବଙ୍କୁ ୨ ଜଣ ଦାଦନ ସର୍ଦ୍ଦାର ଅପହରଣ କରି ନେଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କଲା ପରେ ମଧ୍ୟ ସନ୍ଧାନ ପାଇ ନ ଥିଲେ। ପରେ ଧ୍ରୁବଙ୍କ ପୁଅ ଘନଶ୍ୟାମ ଏ ନେଇ ଖଡିଆଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗର ମାସେ ପରେ ମଧ୍ୟ ପୋଲିସ କୌଣସି ପଦକ୍ଷେପ ନ ନେବାରୁ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ଜିଲା ପ୍ରଶାସନର ହସ୍ତକ୍ଷେପ ପରେ ଖଡିଆଳ ପୋଲିସ ଗତ ୧୬ ତାରିଖରେ ଆନ୍ଧ୍ରପ୍ରଦେଶର ବେନୁକୁଣ୍ଠା ଗଁାରୁ ତାଙ୍କୁ ଉଦ୍ଧାର କରି ୧୭ରେ ଖଡିଆଳ ଉପଖଣ୍ଡ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ା ଧ୍ରୁବଙ୍କ କହିବା କଥା ୨ ଦାଦନ ସର୍ଦ୍ଦାର ଜୋରଜବରଦସ୍ତ ଅପହରଣ କରି ନେଇ ଆନ୍ଧ୍ର ବେନୁକୁଣ୍ଠା ଇଟାଭାଟିରେ ଇଟା ତିଆରି କାର୍ଯ୍ୟରେ ନିୟୋଜିତ କରିଥିଲେ। କଠିନ କାମ କରିପାରିବି ନାହିଁ ବୋଲି ମନା କରିବାରୁ ସେମାନେ ନିସ୍ତୁକ ମାଡ଼ ମାରିଥିଲେ। ଏଥିରେ ତାଙ୍କ ବାମ ଗୋଡ ଆଣ୍ଠୁ ତଳ ହାଡ ଫାଟି ଯାଇଥିବା ବେଳେ ପାଦରେ ଗଭୀର ଆଘାତ ଲାଗିଛି। ଛାତିରେ ରକ୍ତ ଜମାଟ ବାନ୍ଧିଥିବା ସୋମବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ୍ସରେ ପରେ ଜଣାପଡିଛି। ଗୋଡର ଘା ଶୁଖିଲା ପରେ ଅପରେଶନ ପାଇଁ ଡାକ୍ତର ପରାମର୍ଶ ଦେଇଛନ୍ତି ବୋଲି ଘନଶ୍ୟାମ କହିଛନ୍ତି। ଧ୍ରୁବ ଠିକ୍‌ ଭାବରେ ଠିଆ ହୋଇପାରୁ ନ ଥିବାବେଳେ ତରଳ ଖାଦ୍ୟ ଖାଉଛନ୍ତି। ପୋଲିସ ଅପହରଣକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିବାରୁ ଶ୍ରମିକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ଅପହରଣକାରୀ ଦାଦନ ସର୍ଦ୍ଦାରମାନଙ୍କୁ ଗିରଫ ସହ ଆହତଙ୍କ ଚିକିତ୍ସା ଖର୍ଚ୍ଚ ପ୍ରଦାନ ପାଇଁ ପରିବାର ଲୋକେ ଦାବି କରିଛନ୍ତି। ନ ହେଲେ ଜିଲା ଶ୍ରମିକ ମହାସଂଘ ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ, ଖଡିଆଳ ଥାନା ଘେରାଉ କରିବ ବୋଲି ଚେତାବନୀ ଦେଇଛି ା

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri