ଲୋମ ଟାଙ୍କୁରି ଉଠିବ…ଟ୍ରେନ୍‌ରୁ ଉଠାଇ ନେଇ କରେଣ୍ଟ ଦେଲେ, ତେଲ ଢାଳି ଦିଆସିଲି ମାରିଦେଲେ ଦାଦନ…

ଖଡ଼ିଆଳ,୧୬ା୧: ( ସୁଜିତ କୁମାର ପ୍ରଧାନ) : ନୂଆପଡ଼ା ଜିଲା ଖଡ଼ଆଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।  ଶ୍ରମିକଙ୍କ ପ୍ରତି ଦାଦନ ସର୍ଦ୍ଦାରର ବର୍ବରକାଣ୍ଡ ଦେଖିବାକୁ ମିଳିଛି । ଟ୍ରେନ୍‌ରୁ ଶ୍ରମିକକୁ ଉଠାଇ ନେଇ କରେଣ୍ଟ ଦେବା ପରେ କିଛି ତୈଳ ପଦାର୍ଥ ଦେହରେ ଢାଳି ଦିଆସିଲି ମାରିଦଇଥିବା ଅଭିଯୋଗ ହୋଇଛି । ଏଥିରେ ପୀଡ଼ିତଙ୍କ ଶରୀରର ୭୦ ପ୍ରତିଶତ ପୋଡ଼ିଯାଇଛି । ଏବେ ସେ ନୂଆପଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ।

ସୂଚନା ଅନୁସାରେ, ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଜୁନାପାଣି ଖଲିଆଭଟା ଗାଁର ବିଦ୍ୟାଧର ମାଝୀ (୫୦), ତାଙ୍କ ପୁଅ ଅଜୟ ମାଝୀ ଓ ଗାଁର ୫/୬ ଜଣ ବ୍ୟକ୍ତି ଅଗ୍ରିମ ଟଙ୍କା ନେଇ ୩ ମାସ ତଳେ ସ୍ଥାନୀୟ ଦଲାଲ ହିତେଶ କୁମାରଙ୍କ ଜରିଆରେ ଆନ୍ଧ୍ରପ୍ରଦେଶ ଅଲ୍ଲାନାମ ଅଞ୍ଚଳର ଏଆର୍ ମାଧବଙ୍କ ଇଟାଭାଟିରେ କାମ କରୁଥିଲେ। କିଛିଦିନ ତଳେ ବିଦ୍ୟାଧର ଇଟାଭାଟି ମାଲିକଙ୍କୁ ନକହି ଲୁଚି କରି ସିକନ୍ଦରାବାଦରୁ ଟ୍ରେନ୍‌ରେ ବିଶାଖାପାଟଣା ଆସୁଥିଲେ । ଇଟାଭାଟି ମାଲିକ ଜାଣିବା ପରେ ବିଦ୍ୟାଧରଙ୍କୁ ଧରି ଆଣିବା ପାଇଁ ତାଙ୍କ ସର୍ଦ୍ଦାର ସହ ୩-୪ ଜଣ ଯୁବକଙ୍କୁ ପଠାଇଥିଲେ।
ସମ୍ପୃକ୍ତ ଯୁବକମାନେ ବିଦ୍ୟାଧରଙ୍କ ପିଛା କରି ଶ୍ରୀକାକୁଲମ୍‌ ୧୦୦ କିମି ଦୂର ଏକ ଷ୍ଟେସନରୁ ତାଙ୍କୁ ଧରିଥିଲେ। ଜୀବନ ପ୍ରତି ବିପଦ ଥିବା ଆଶଙ୍କାରେ ବିଦ୍ୟାଧର ଦୌଡ଼ି ପଳାଇବାକୁ ଉଦ୍ୟମ କରିଥିଲେ। ମାତ୍ର ସମ୍ପୃକ୍ତ ଯୁବକମାନେ ତାଙ୍କୁ ଧରି ନିକଟରେ ଥିବା ଏକ ବିଦ୍ୟୁତ୍ ଟ୍ରାନ୍ସଫର୍ମର ପାଖକୁ ନେଇ କରେଣ୍ଟ ଦେଇଥିଲେ। ପରେ ଏକ ତୈଳ ଜାତୀୟ ପଦାର୍ଥ ତାଙ୍କ ଉପରେ ଢାଳି ଦିଆସିଲି ମାରି ଦେଇଥିଲେ । ବିଦ୍ୟାଧର ଚିତ୍କାର କରିବାରୁ ସେମାନେ ଫେରାର ହୋଇ ଯାଇଥିଲେ। ରେଳବାଇ ପୋଲିସ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଶ୍ରୀକାକୁଲମ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିବା ସହ ପରିବାର ଲୋକଙ୍କୁ ଖବର ଦେଇଥିଲା।

ପରିବାର ଲୋକ ସେଠାରେ ପହଞ୍ଚିବା ପରେ ଡାକ୍ତର ଅଧିକ ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ ପରାମର୍ଶ ଦେଇଥିଲେ । ତେବେ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସେମାନେ ଅନ୍ୟ ବଡ଼ ଡାକ୍ତରଖାନାକୁ ନେଇ ନପାରି ନୂଆପଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଆଣି ଭର୍ତ୍ତି କରିଛନ୍ତି । ବର୍ତ୍ତମାନ ସେ ଜୀବନ ସହ ସଂଗ୍ରାମ କରୁଛନ୍ତି । ଖଡ଼ିଆଳ କଂଗ୍ରେସ ନେତା କମଳଚରଣ ତାଣ୍ଡି ଜିଲ୍ଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ଶ୍ରମିକଙ୍କୁ ଚିକିତ୍ସା ସହାୟତା, ଇଟାଭାଟି ମାଲିକ ଓ ସ୍ଥାନୀୟ ଦଲାଲଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri