ଦାଦନ ଖଟିବାକୁ ଯାଇଥିଲେ ଶବ ହୋଇ ଫେରିଲେ, ମୃତଦେହ ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡିଲା ଗାଁ

ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମର ଦାଦନ ଶ୍ରମିକ ରାଜେନ୍ଦ୍ର ବେହେରା(୩୭) ମହାରାଷ୍ଟ୍ରର ମୁମ୍ବାଇ ସାମ୍ବାଜି ଷ୍ଟେଶନର ଟ୍ରେନ ଲାଇନରେ କଟି ମୃତ୍ୟୁବରଣ କରିଛନ୍ତି। ସୋମବାର ସନ୍ଧ୍ୟା ପ୍ରାୟ ୭ଟାରେ ତାଙ୍କ ମୃତଦେହ ସତନ୍ତ୍ର ଆମ୍ବୁଲାନ୍ସରେ ଗାଁରେ ପହଞ୍ଚିଥିଲା। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ଗ୍ରାମର ଚେରୁ ବେହେରାଙ୍କ ଏକମାତ୍ର ପୁଅ ରାଜେନ୍ଦ୍ର। ମହାରାଷ୍ଟ୍ର ମୁମ୍ବାଇରେ ଦାଦନ ଶ୍ରମିକ ଭାବେ କାମ କରିବା ପାଇଁ ଅନ୍ୟ ୨ ଜଣଙ୍କ ସହ ଘରୁ ବାହାରିଥିଲେ। ରବିବାର ସକାଳେ ସେ ମୁମ୍ବାଇ ର ସାମ୍ବାଜୀ ରେଳ ଷ୍ଟେଶନରେ ପହଞ୍ଚିଥିଲେ। ଅନ୍ୟ ୨ ସାଙ୍ଗ ଓହ୍ଲାଇ ପଡୁଥିବା ଦେଖି ସେ ଲଗେଜ ଧରି ଓହ୍ଲାଇବା ବେଳେ ଟ୍ରେନ ଛାଡି ଦେଇଥିଲା। ଫଳରେ ଅସାବଧାନତା କାରଣରୁ ଟ୍ରେନ ଲାଇନରେ ପଡ଼ିଯାଇ ମୃତ୍ୟୁବରଣ କରିଥିଲେ। ରେଳବାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଥିଲେ। ଏନେଇ ପରିବାର ଲୋକଙ୍କୁ ସୂଚନା ମିଳିବାପରେ ସେମାନେ ସ୍ଥାନୀୟ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ଙ୍କୁ ଜଣାଇଥିଲେ। ସରପଞ୍ଚ ଏନେଇ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଧାୟକ ସେଠାକାର ପ୍ରଶାସନ ଓ ରେଳବାଇ ପୋଲିସ ଅଧିକାରୀଙ୍କ ସହ ଫୋନରେ କଥା ହୋଇ ମୃତଦେହ ଗାଁକୁ ପଠାଇବାକୁ ଅନୁରୋଧ କରିଥିଲେ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ ମୃତକଙ୍କ ପରିବାର ଲୋକଙ୍କୁ ଭେଟି ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ପ୍ରଦାନ କରିଥିବା ବେଳେ ସରପଞ୍ଚଙ୍କ ଉଦ୍ୟମକ୍ରମେ ପଞ୍ଚାୟତରେ ଗଠନ କରାଯାଇଥିବା ସରପଞ୍ଚ ରିଲିଫ ଫଣ୍ଡରୁ ୨୬ ହଜାର ଏବଂ ହରିଶ୍ଚନ୍ଦ୍ର ଯୋଜନାରୁ ୩ ହଜାର ଟଙ୍କା ସରପଞ୍ଚ ପ୍ରଦାନ କରିଥିବା ଜଣାଇଛନ୍ତି। ରାଜେନ୍ଦ୍ର ଯକ୍ଷ୍ମା ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ। ତାଙ୍କର ସ୍ତ୍ରୀ ଓ ପୁଅ ଝିଅ ଅଛନ୍ତି। ପଞ୍ଚାୟତ ଟିବି ମୁକ୍ତ ଯୋଜନାରେ ତାଙ୍କୁ ମାଗଣାରେ ଔଷଧ ଦିଆଯାଇଥିଲା। ସେ ପରିବାର ପରିପୋଷଣ ପାଇଁ ସୁଦୂର ମୁମ୍ବାଇ ଯାଇଥିବା ବେଳେ ଏଭଳି ଅଘଟଣର ଶିକାର ହୋଇଥିବାରୁ ସରପଞ୍ଚ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?