ଗାଁକୁ ଫେରିଲେ ବନ୍ଧକ ଥିବା ଦାଦନ ଶ୍ରମିକ

ଭବାନୀପାଟଣା/କୋକସରା,୬।୭(ସ୍ବ.ପ୍ର./ଡି.ଏନ.ଏ.):କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଦାଦନ ଶ୍ରମିକ ତେଲଙ୍ଗାନା ରାଜ୍ୟରେ ବନ୍ଧକ ପଡ଼ିବା ଘଟଣାର ଭିଡିଓ ଭାଇରାଲ ସହ ଗଣମାଧ୍ୟମରେ ଖବର ପ୍ରକାଶ ହୋଇଥିଲା। ଏହା ପରେ ଜିଲା ପ୍ରଶାସନର ଉଦ୍ୟମ କ୍ରମେ ବୁଧବାର ବନ୍ଧକ ଦାଦନ ଶ୍ରମିକ ଗାଁକୁ ଫେରିଛନ୍ତି। କଳାହାଣ୍ଡି ଜିଲା କୋକସରା ଓ ଧର୍ମଗଡ ବ୍ଲକର ୨ ଦାଦନ ଶ୍ରମିକଙ୍କ ସମେତ ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଞ୍ଚଳର ଦାଦନ ଶ୍ରମିକ ପରିବାରଙ୍କୁ ବଲାଙ୍ଗୀର ଜିଲାର ବେଣୁ ଦାସ ଦାଦନ ସର୍ଦ୍ଦାର ତେଲଙ୍ଗାନା ରାଜ୍ୟର ରଙ୍ଗାରେଡି ଜିଲା କବାଡିପଲ୍ଲୀ ଗ୍ରାମର ଏକ ଇଟାଭାଟି ଠିକାଦାର ନିକଟରେ ବନ୍ଧକ ଭାବେ ଛାଡି ଦେଇଥିଲେ। ଦୀର୍ଘ ୭ ମାସ କାମ କରିବା ପରେ ମଧ୍ୟ କୌଣସି ପାରିଶ୍ରମିକ ନ ଦେଇ ଘରକୁ ମଧ୍ୟ ଛାଡି ନ ଥିଲେ। ପାରିଶ୍ରମିକ କିମ୍ବା ଘରକୁ ଯିବାକୁ କହିଲେ ଇଟାଭାଟି ମାଲିକ ନିଯାତନା ଦେଉଥିଲେ। ଏପରି ସ୍ଥିତିରେ ବନ୍ଧକ ପଡିଥିବା ଧର୍ମଗଡ ବ୍ଲକ ବେହେରାଗୁଡା ଗ୍ରାମର ଶ୍ରମିକ ସୁରେନ୍ଦ୍ର ନାଏକ ଓ କୋକସରା ବ୍ଲକ ଅନାଥ ପରାଭୋଇ ଏକ ଭିଡିଓରେ ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧିଙ୍କୁ ପଠାଇବା ପରେ ଘଟଣା ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇ ପ୍ରସାରଣ ହୋଇଥିଲା। ଧର୍ମଗଡ ଉପଜିଲାପାଳ ପାୱାର ସଚିନ ପ୍ରକାଶ ଜିଲା ଶ୍ରମ ବିଭାଗ ଅଧିକାରୀଙ୍କୁ ବନ୍ଧକ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଏହି ଘଟଣାକୁ ନେଇ ବରଗଡ଼ ଜିଲାର ଟୁଇଟର ଗାର୍ଲ ଭାବେ ପରିଚିତ ଦୀପା ବାରିକ ମଧ୍ୟ ନିଜ ଟୁଇଟରରେ ଧରିତ୍ରୀରେ ଖବର ପ୍ରକାଶିତ ହୋଇଥିବା ଖବରକୁ ପୋଷ୍ଟ କରିଥିଲେ। ଶେଷରେ ଜିଲା ଶ୍ରମ ବିଭାଗ ତେଲଙ୍ଗାନା ପ୍ରଶାସନଙ୍କ ସହ ଯୋଗାଯୋଗ କରି ସ୍ଥାନୀୟ ପୋଲିସ ସହାୟତାରେ ଉଦ୍ଧାର କରି ଏକ ଯାତ୍ରୀବାହୀ ବସରେ ଶ୍ରମିକମାନଙ୍କୁ ନିଜ ଭିଟାମାଟିକୁ ପଠାଇଛି। ବୁଧବାର ନିଜ ଭିଟାମାଟିକୁ ଫେରିବା ପରେ ଉଦ୍ଧାର ହୋଇଥିବା ଶ୍ରମିକ ଗଣମାଧ୍ୟମ ଓ ପ୍ରଶାସନକୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri