ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲା ଶ୍ରମିକ ମହାସଂଘର ଚାରି ଜଣିଆ ପ୍ରତିନିଧି ମଣ୍ଡଳୀ ତାଙ୍କ ଘରକୁ ଯାଇ ସମବେଦନା ଜଣାଇବା ସହ ଲଖନା ଥାନାକୁ ଯାଇ ଥାନା ଅଧିକାରୀ ରଞ୍ଜନ ନାୟକଙ୍କ ସହ ଆଲୋଚନା କରିଥିଲେ। ବଲାଙ୍ଗୀର ଜିଲାର ଦାଦନ ଦଲାଲ ବିନା ପଞ୍ଜିକରଣରେ ନୂଆପଡ଼ା ଜିଲାର ଦାଦନ ଶ୍ରମିକଙ୍କୁ ଅଧିକ ଟଙ୍କା ପ୍ରଲୋଭନ ଦେଖାଇ ବାହାର ରାଜ୍ୟକୁ ଚାଲାଣ କରୁଛନ୍ତି। ହେଲେ ଜିଲା ପ୍ରଶାସନ, ପୋଲିସ ଓ ଜିଲା ଶ୍ରମ ବିଭାଗ ଆଖି ବୁଜି ଦେଇଛନ୍ତି। ନୂଆପଡାକୁ ଦାଦନ ଶ୍ରମିକ ମୁକ୍ତ ଜିଲା ଭାବରେ ଗଠନ କରିବା ପାଇଁ ଜିଲା ପ୍ରଶାସନ ପ୍ରତ୍ୟେକ ସୋମବାର ଗୋଟିଏ ପଞ୍ଚାୟତକୁ ଯାଇ ସଚେତନ କରୁଛନ୍ତି। ହେଲେ ଏହା ପ୍ରହସନରେ ପରିଣତ ହୋଇଛି ବୋଲି ଶ୍ରମିକ ମହାସଂଘ ପକ୍ଷରୁ କୁହାଯାଇଛି। କାମଧନ୍ଦା ଅଭାବରୁ ପରିବାର ପ୍ରତିପୋଷଣ ପାଇଁ ଏଠାକାର ଶ୍ରମିକ ଦଲାଲମାନଙ୍କ ମୋହରେ ପଡି ବାହାର ରାଜ୍ୟକୁ ଯାଇ ନିର୍ଯାତନାର ଶିକାର ହେଉଛନ୍ତି। ପ୍ରତିଦିନ ଟ୍ରେନ୍‌, ବସ୍‌ ଯୋଗେ ଶ୍ରମିକ ଚାଲାଣ ହେଉଥିଲେ ମଧ୍ୟ ଏହା ଉପରେ ଅଙ୍କୁଶ ଲଗାଯାଉନାହିଁ। ଯଥାଶୀଘ୍ର ଦାଦନ ଶ୍ରମିକ ମୃତ୍ୟୁର ତଦନ୍ତ କରି ପ୍ରକୃତ ଦୋଷୀ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନକୁ ଓହ୍ଲାଇବୁ ବୋଲି ଶ୍ରମିକ ମହାସଂଘ ଚେତାବନୀ ଦେଇଛି। ଜିଲାର ଦାଦନ ସମସ୍ୟା ଉପରେ ବହୁ ଶୀଘ୍ର ମହାସଂଘର ଏକ ପ୍ରତିନିଧି ମଣ୍ଡଳୀ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଆଲୋଚନା କରିବ ବୋଲି ଜିଲା ଶ୍ରମିକ ମହାସଂଘ ଆବାହକ ଯଦୁମଣି ପାଣିଗ୍ରାହୀ କହିଛନ୍ତି। ଏହି ସମୟରେ ଜିଲା ଶ୍ରମିକ ମହାଂସଘ ଜିଲା ସହ ଆବାହକ ଭକ୍ତବନ୍ଧୁ ଧରୁଆ, ସୁଖଦେବ ସାହୁ, ଅନିରୁଦ୍ଧ ନାଗ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri