କୋଷାଗୁମୁଡ଼ା,୧୭।୭(ପ୍ରସାଦ ବିଷୋୟୀ): ଗାଁରେ ମିଳିଲାନି କାମ। ତେଣୁ ୪ମାସ ହେଲା ସ୍ତ୍ରୀ ଓ ମା’ଙ୍କୁ ଛାଡି ପରିବାରର ପ୍ରତିପୋଷଣ ପାଇଁ ତାମିଲନାଡୁ ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିଲେ ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ ବଡ଼ ଆଟିଗାଁ ପଞ୍ଚାୟତ ସଦର ଗାଁର କୃଷ୍ଣ ହରିଜନ(୨୨)। ସେଠାରେ କିନ୍ତୁ ରବିବାର କୃଷ୍ଣଙ୍କର ମୃତ୍ୟୁ ଘଟିଛି। ଏହି ଖବରପାଇ ତାଙ୍କ ପରିବାର ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି।
ମା’ ତୁଳା ହରିଜନ ଓ ସ୍ତ୍ରୀଙ୍କୁ ନେଇ କୃଷ୍ଣଙ୍କ ପରିବାର। ଗାଁରେ କାମ ନ ପାଇ ୪ ମାସ ପୂର୍ବେ କୃଷ୍ଣ ସାଙ୍ଗସାଥୀଙ୍କ ସହ ତାମିଲନାଡୁ ଯାଇଥିଲେ। ସେ ତ୍ରିପୁରା ଜିଲା ଅବିନାଶୀର ଏକ ଘରୋଇ ମିଲରେ ବସ୍ତା ସିଲେଇ କାମ କରୁଥିଲେ। ୩ଦିନ ପୂର୍ବେ ହଠାତ କୃଷ୍ଣ ଅସୁସ୍ଥ ହୋଇ ପଡ଼ିଥିଲେ। ପାଖରେ ଥିବା ସାଙ୍ଗମାନେ ତାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ରାତିରେ କୃଷ୍ଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ଖବରପାଇ କୃଷ୍ଣଙ୍କ ଘରେ ଓ ଗାଁରେ କାନ୍ଦବୋବାଳି ପଡ଼ିଛି। ମୃତକଙ୍କ ପରିବାର ଗରିବ ଶ୍ରେଣୀର ହୋଇଥିବାରୁ ମୃତଦେହକୁ ଗ୍ରାମକୁ ଫେରାଇ ଆଣିବା ନେଇ ଗ୍ରାମବାସୀ ଜିଲାପ୍ରଶାସନକୁ ଅବଗତ କରିଛନ୍ତି।
୩୩ ଭୂମିହୀନଙ୍କ ମୁହଁରେ ଫୁଟିଲା ହସ, ସମସ୍ତଙ୍କୁ ମିଳିଲା…
ଝରିଗାଁ,୧୨ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ଗୁରୁବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ସୁମନ୍ତ ପାତ୍ରଙ୍କ ସଂଯୋଜନାରେ…
ସମ୍ପର୍କୀୟ ଦେଇଥିଲେ ଖବର, ବେକରେ ଭୁଜାଲି ଲଗାଇ ହାତ ଗୋଡ଼ ବାନ୍ଧି ଲୁଟିଥିଲେ ୭୦ ଲକ୍ଷ; ୭ଜଣ ଡକାୟତଙ୍କୁ ବାନ୍ଧି ବଡ଼ ପର୍ଦ୍ଦାଫାଶ କଲା…
ଉମରକୋଟ,୩।୩(ସନ୍ତୋଷ ସତପଥୀ): ଉମରକୋଟ ଥାନା ଅଧୀନ କୋଚନିଆମ୍ବା ଗ୍ରାମରେ ଗତ ଫେବୃଆରୀ ୨୨ ଓ ୨୩ ତାରିଖ ମଧ୍ୟରାତ୍ରିରେ ବଡ଼ ଧରଣର ଡକାୟତି ହୋଇଥିଲା। ବେକରେ ଭୁଜାଲି…
୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…
ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।…
ଝିଅ ଅନ୍ୟଜାତିରେ ବିବାହ କରିବାରୁ ମଲାପରେ ବାପାଙ୍କୁ ମିଳିଲାନି ଚାରି କାନ୍ଧ, ବଡ଼ ପୁଅ ବି ଆସିଲେନି…
ନବରଙ୍ଗପୁର,୨୫।୨(ସଦାଶିବ ପ୍ରହରାଜ): ଆଜିର ସଭ୍ୟ ସମାଜରେ ଜାତିପ୍ରଥା ଭଳି ପରମ୍ପରା ବଞ୍ଚିରହିଛି । ଜାତିପ୍ରଥା ଯୋଗୁ ଶବକୁ ମିଳିଲାନି ଚାରି କାନ୍ଧ । ଏପରିକି ବଡ଼ ପୁଅ…
ମାରଣାସ୍ତ୍ର ଦେଖାଇ ବ୍ୟାବସାୟୀଙ୍କ ଘରୁ ଲୁଟ୍
ପାପଡ଼ାହାଣ୍ଡି,୨୪।୨(ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୈଦଲପୁରର ସଦର ବ୍ୟବସାୟୀ କାଶୀନାଥ ଗୁପ୍ତାଙ୍କ ଘରୁ ବଡ଼ ଧରଣର ଲୁଟ୍ ହୋଇଛି। କଳା ମୁଖା ପିନ୍ଧା ଦୁବୃର୍ତ୍ତମାନେ…
ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଶୁଭାରମ୍ଭ
ନବରଙ୍ଗପୁର,୧୪।୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଓ ବଳିଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କହିଛନ୍ତି, ଓଡ଼ିଶା ହେଉଛି କଳା…
୧୨ ଘଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ
ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…
ଯାତ୍ରା ସାରି ଫେରୁଥିବାବେଳେ ଓଲଟିପଡିଲା ଗାଡି: ଭିତରେ ବସିଥିଲେ ୮ କଳାକାର
ନବରଙ୍ଗପୁର,୨୭।୧(ସଦାଶିବ ପ୍ରହରାଜ): ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଆଜି ସକାଳେ କଳାକାରମାନେ ଯାଉଥିବା ଗାଡି ଭାରସାମ୍ୟ ହରାଇ ଓଲଟି ପଡିଥିବା ସୂଚନା ମିଳିଛି। ଗାଡ଼ିରେ ବସିଥିବା ପ୍ରାୟ ୮ ଜଣ…
Archives

