ଦାଦର ଜଙ୍ଗଲରେ ନିଆଁ: ଲିଭାଇବାକୁ ଆସି ଫେରିଗଲେ ବନ କର୍ମଚାରୀ

ଅମରପାଲି, ୪।୩: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଳକ ଅନ୍ତର୍ଗତ ମୁର୍ଷୁଣ୍ଢୀର ଦାଦର ଜଙ୍ଗଲରେ ଲାଗିଛି ନିଆଁ। ନିଆଁ ଲାଗି ଜଙ୍ଗଲର ଗଛ ଲତା ଜଳି ଯାଉଥିବା ବେଳେ ଜୀବଜନ୍ତୁ ଅସୁରକ୍ଷିତ ହୋଇପଡିଛନ୍ତି। ରାସ୍ତା କଡକୁ ଲାଗି ରହିଥିବା ଉକ୍ତ ଜଙ୍ଗଲରେ ନିଆଁ ଲାଗିଥିବାରୁ ଯାତାୟତ କରୁଥିବା ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ଗୁରୁବାର ସକାଳୁ ଉକ୍ତ ଜଙ୍ଗଲରେ ନିଆଁ ଲାଗିଥିବା ବେଳେ ମଧ୍ୟାହ୍ନ ବେଳକୁ ଅଧିକ ବ୍ୟାପିଥିଲା। ଜଙ୍ଗଲରେ ନିଆଁ ଲାଗିଥିବା ନେଇ ବହଳପଦର ସମିତି ସଭ୍ୟ ପୀତାମ୍ବର ସାହୁ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ତେବେ ବୀରମହାରାଜପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳକୁ ଆସିଥିଲେ ମଧ୍ୟ ନିଆଁ ନ ଲିଭାଇ ଫେରି ଯାଇଥିଲେ। ଏବେ ଉକ୍ତ ଜଙ୍ଗଲର ଚାରିପଟେ ନିଅଁା ଲାଗି ବ୍ୟାପକ ଗଛଲତା ଜଳି ଯାଉଥିବା ଦେଖିବାକୁ ମିଳିଛି । ପ୍ରାୟ ୩୦ରୁ ୪୦ଏକର ପରିମିତ ବିଶିଷ୍ଟ ଜଙ୍ଗଲ ଜଳି ଯିବାକୁ ବସିଲାଣି । ଲୋକେ ଚାଷ ଜମିରେ ନିଆଁ ଲଗାଇଥିବାରୁ ଏହା ବ୍ୟାପୀ ଜଙ୍ଗଲରେ ଲାଗିଥିବା ଅନୁମାନ କରାଯାଉଛି। ଏବେ କେନ୍ଦୁପତ୍ର ପାଇଁ ଗୋଛା କଟା ହେଉଛି। କେନ୍ଦୁପତ୍ର ପାଇଁ ଗୋଛାକଟା ବଦଳରେ ମଧ୍ୟ ନିଆଁ ଲଗେଇ ଦିଆଯାଉଥିବା ଅଭିଯୋଗ ହେଉଛି। ତେଣୁ ବନ ବିଭାଗ ଯଥାଶୀଘ୍ର ଜଙ୍ଗଲରେ ବ୍ୟାପୁଥିବା ନିଆଁକୁ ଆୟତ୍ତ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri