ଭୁବନେଶ୍ୱରରେ ଡାଇକିନ୍‌ ସେଣ୍ଟର ଅଫ୍‌ ଏକ୍ସଲେନ୍ସ

ଭୁବନେଶ୍ୱର,୧୩।୪, (ଅନୁରାଧା ମହାରଣା): ଜାପାନର ପୂର୍ଣ୍ଣ ମାଲିକାନାଧୀନ ସହଯୋଗୀ କମ୍ପାନୀ ତଥା ଭାରତରେ ଏୟାର କଣ୍ଡିସନିଂ ବଜାରରେ ଅଗ୍ରଣୀ ସ୍ଥାନରେ ରହିଥିବା ଡାଇକିନ୍‌ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ଓଡ଼ିଶା ବଜାର ପାଇଁ ଏକାଧିକ ନୂତନ ଏୟାର କଣ୍ଡିସନିଂ ଉପତ୍ାଦର ବଜାର ପ୍ରବେଶ କରାଇଛି। ଏ କ୍ଷେତ୍ରରେ ଉକତ୍ର୍ଷ ପାଇଁ ଡାଇକିନ୍‌ ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ତାଲିମ କେନ୍ଦ୍ର ‘ଡାଇକିନ୍‌ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ’ ପ୍ରତିଷ୍ଠା କରାଯାଇଛି। ଏହି ତାଲିମକେନ୍ଦ୍ରଗୁଡ଼ିକ ଅନ୍ୟ ପ୍ରତିଷ୍ଠାନଗୁଡ଼ିକୁ ସମ୍ପ୍ରସାରିତ କରାଯିବ ଏବଂ ଶିକ୍ଷା ପ୍ରତିଷ୍ଠାନଗୁଡ଼ିକ ସହ ଏହି ସହଯୋଗୀ ସମ୍ପର୍କ ଛାତ୍ରୀଛାତ୍ରଙ୍କୁ ନୂଆ ଟେକ୍ନୋଲୋଜି କ୍ଷେତ୍ରରେ ଆନ୍ତର୍ଜାତିକ ମାନକ ଅନୁଯାୟୀ କୁଶଳତା ବିକାଶ ନିମନ୍ତେ ଏକ ମଞ୍ଚ ଯୋଗାଇବ ଏବଂ ସେମାନଙ୍କର ନିଯୁକ୍ତିକୁ ଅଧିକ ଭଲ କରିବା ଦିଗରେ ସେମାନଙ୍କୁ ସହାୟକ ହେବ। ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଡାଇକିନ୍‌ ଇଣ୍ଡିଆର ସିନିୟର ଭାଇସ୍‌ ପ୍ରେସିଡେଣ୍ଟ ତଥା ଏକ୍‌ଜିକ୍ୟୁଟିଭ୍‌ ଡାଇରେକ୍ଟର କୁଲଦୀପକ ବିରମଣ କହିଛନ୍ତି, ସମଗ୍ର ଭାରତରେ ଡାଇକିନ୍‌ ବଜାର ସ୍ଥିତି ସୁଦୃଢ଼ କରିଥିବାବେଳେ ଅନୁରୂପ ଭାବେ ଓଡ଼ିଶାରେ ଅଗ୍ରସର ହେବାକୁ ଆମର ଯୋଜନା ରହିଛି। ପୂର୍ବାଞ୍ଚଳ ବଜାରରେ ଗତବର୍ଷ ୫୦ ପ୍ରତିଶତିରୁ ଅଧିକ ହାରରେ ଅଭିବୃଦ୍ଧି ହାସଲ କରିଛି ଏବଂ ଡାଇକିନ୍‌ ଇଣ୍ଡିଆ ୨୦୨୫ ସୁଦ୍ଧା ୨୦୦୦ କୋଟି ଟଙ୍କାରେ ପହଞ୍ଚତ୍ବା ଲକ୍ଷ୍ୟ ରଖିଥିବା ସେ କହିଛନ୍ତି। ୨୦୨୪-୨୫ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଓଡ଼ିଶାରେ ୨୦% ବଜାର ଅଂଶ ଦଖଲ କରିବାକୁ ସମଗ୍ର ଓଡ଼ିଶାରେ ମାର୍କେଟିଂ ଏବଂ ପ୍ରମୋସନ କ୍ଷେତ୍ରରେ ଆମ ନିବେଶ ଯୋଜନା ରହିଥିବା ସେ ସୂଚନା ଦେଇଛନ୍ତି। ଏପରିକି ଆନ୍ଧ୍ରପ୍ରଦେଶର ଶ୍ରୀସିଟିରେ ଏହାର ନୂତନ କାରଖାନାକୁ କାର୍ଯ୍ୟକ୍ଷମ କରିଛି, ଯାହା ୭୫.୫ ଏକର ପରିମିତ ଅଞ୍ଚଳରେ ଅବସ୍ଥିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟ ତୃତୀୟା ଉପଲକ୍ଷେ ସ୍ମାଇଲ ଗୋଲ୍ଡର ବମ୍ପର ଅଫର, ଆକର୍ଷଣୀୟ ରିହାତି ଘୋଷଣା

ଭୁବନେଶ୍ୱର,୯।୫: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱରର ଶହୀଦନଗରସ୍ଥିତ ସ୍ମାଇଲ ଗୋଲ୍ଡ ଜୁଏଲର୍ସ ପକ୍ଷରୁ ‘ବମ୍ପର ଅଫର’ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ବର୍ଷର...

ରୁଚି ଫୁଡ୍‌ଲାଇନର ନୂତନ ଟିଭିସି ଲୋକାର୍ପିତ

ଭୁବନେଶ୍ୱର,୯।୫ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଘରୋଇ ସଂସ୍ଥା ‘ରୁଚି ଫୁଡ୍‌ଲାଇନ୍‌’ର ବହୁ ପ୍ରତୀକ୍ଷିତ ତଥା ଜନସଚେତନତାମୂଳକ ବାର୍ତ୍ତା ସମ୍ବଳିତ ନୂଆ ଟିଭି ବିଜ୍ଞାପନ ବା...

ଡିସ୍‌ ଟିଭି ସ୍ମାର୍ଟ+ ସେବାର ଶୁଭାରମ୍ଭ

ଭୁବନେଶ୍ୱର,୯।୫: ଡିସ୍‌ ଟିଭି ଇଣ୍ଡିଆ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ସୁବିଧାଭିତ୍ତିକ ‘ଡିସ୍‌ ଟିଭି ସ୍ମାର୍ଟ+’ ସେବାର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ର ଅନାବରଣ

ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଉନ୍ମୋଚନ...

ଇମାମିର ନୂତନ ଅଭିଯାନ

ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍‌ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର...

ଡଲାରର ସମର କଲେକ୍ସନ

ନୂଆଦିଲ୍ଲୀ,୮।୫: ଡଲାର ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ସମର କଲେକ୍ସନ ‘ନ୍ୟୁ ରେଞ୍ଜ ଅଫ୍‌ ସମର ଓ୍ବେର’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

ଜେଏସ୍‌ଏଲ୍‌ର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଇସ୍ପାତ ଉତ୍ପାଦନକାରୀ ‘ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ ବା ଜେଏସ୍‌ଏଲ୍‌’କୁ ନିକଟରେ ଆଉ ମାନ୍ୟତ୍ୟ ପ୍ରଦାନ...

ଖାଉଟିଙ୍କୁ ଘାରିଛି ଦରବୃଦ୍ଧି ଚିନ୍ତା

ଭୁବନେଶ୍ୱର,୮।୫(ଅନୁରାଧା ମହାରଣା): ଗତ କିଛି ମାସ ଧରି ଦେଶରେ ମୁଦ୍ରାସ୍ଫୀତିରେ ମନ୍ଥରତା ଦେଖାଦେଇଛି। ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri