ଦୈନିକ ମୃତ୍ୟୁ ସଂଖ୍ୟା ୧, ସକ୍ରିୟ ମାମଲା ୨୫ ହଜାର ତଳେ…

ନୂଆଦିଲ୍ଲୀ, ୨୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ତେବେ ଓମିକ୍ରନ୍‌ର ନୂଆ ସବ୍‌ ଭାରିଆଣ୍ଟ୍‌ ବିଏଫ.୭ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏହି ସବ୍‌ ଭାରିଆଣ୍ଟ୍‌ ଚାଇନାରେ ଦ୍ରୁତ ବେଗରେ ସଂକ୍ରମଣ ହେଉଛି। ଏହା ଭାରତର ଚିନ୍ତା ବଢ଼ାଇବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ମାସ୍କ୍‌ ପିନ୍ଧିବା ଉପରେ ଗୁରୁତ୍ୱାରୋପ କରାଯାଇଛି।
ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୫ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ୨ ହଜାର ଉପରେ ରହିଛି। ଏହା ୨,୧୦୯ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରହିଛି ଏହି ସମୟରେ ସକ୍ରିୟ ମାମଲା ୨୪ ହଜାର ୪୩ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୩ ହଜାର ୧୦୨ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୫୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୪୦ ହଜାର ୭୪୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୮୭ ହଜାର ୭୪୮ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share