ଦୈନିକ ମୃତ୍ୟୁ ସଂଖ୍ୟା ୧୦ ତଳେ…

ନୂଆଦିଲ୍ଲୀ, ୨୦।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ବଢ଼ି ପୁଣି ୪୭ ହଜାର ଉପରେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୫ ହଜାର ତଳେ ରହିଛି। ଏହା ୪,୦୪୩ ରହିଛି। ଗୋଟିଏ ଦିନ ତଳେ ଏହା ୪,୮୫୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୦ ଥିଲା। ଏହି ସମୟରେ ସକ୍ରିୟ ମାମଲା ବଢ଼ି ୪୭ ହଜାର ୩୭୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୮ ହଜାର ୨୭ ଥିଲା। ସେହିପରି ୨୪ ଘଣ୍ଟାରେ ୪ ହଜାର ୬୭୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪ ହଜାର ୭୩୫ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୩୭୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୪୩ ହଜାର ୮୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୯ ଲକ୍ଷ ୬୭ ହଜାର ୩୪୦ ଜଣ ସୁସ୍ଥ ହୋଇ ସାରିଛନ୍ତି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୨ ହଜାର ଉପରେ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?