ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ୫ ଶହ ଟପିଲା…

ନୂଆଦିଲ୍ଲୀ,୭।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ୫ ଶହ ଟପିଛି। ଏହି ସମୟ ମଧ୍ୟରେ ଦୈନିକ ସଂକ୍ରମଣ ୧୦ ହଜାର ୮୫୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୫୨୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୨ ହଜାର ୪୩୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୨ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୪୪ ହଜାର ୮୪୫ ରହିଛି। ୨୬୦ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୧.୧୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୧ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୪ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୦ ହଜାର ୭୯୧ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୦୮ କୋଟି ୨୧ ଲକ୍ଷ ୬୬ ହଜାର ୩୬୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୨୮ ଲକ୍ଷ ୪୦ ହଜାର ୧୭୪ ଜଣଙ୍କୁ ଟିକାଦାନ କରାଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୬୦ କୋଟି ୮୩ ଲକ୍ଷ ୧୯ ହଜାର ୯୧୫ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୧ ଲକ୍ଷ ୩୫ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୭ ଲକ୍ଷ ୪୯ ହଜାର ୯୦୦ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୯୬ ହଜାର ୨୩୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri