ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ଟପିଲା ୫ ଶହ…

ନୂଆଦିଲ୍ଲୀ,୨୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୩ ହଜାର ୪୫୧ ରେ ପହଞ୍ଚିଛି। ୨୩୯ ଦିନ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ ରହିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୫୮୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୪ ହଜାର ୨୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୯ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୬୨ ହଜାର ୬୬୧ ରହିଛି। ୨୪୨ ଦିନ ପରେ ଏହା ସର୍ବନିମ୍ନ ଅଛି। ସାପ୍ତାହିକ ପଜିଟିଭ୍‌ ହାର ୧.୨୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୮ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୫ ହଜାର ୬୫୩ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୦୩ କୋଟି ୫୩ ଲକ୍ଷ ୨୫ ହଜାର ୫୭୭ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୫ ଲକ୍ଷ ୮୯ ହଜାର ୧୨୪ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୬୦କୋଟି ୧୨ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷରୁ ଅଧିକ ଳୋକଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୫ ଲକ୍ଷ ୯୭ ହଜାର ୩୩୯ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୧୫ ହଜାର ୬୫୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳ ଯୋଗୁ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁସଂଖ୍ୟା ବଢୁଛି। ଗତ ୨୪ ଘଣ୍ଟାରେ କେରଳରେ ୭,୧୬୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟରେ ମୃତ୍ୟୁ ସଂଖ୍ୟା ୯୦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri