ଦୈନିକ ମୃତ୍ୟୁ ସଂଖ୍ୟା ୧୧ ଶହ ଟପିଲା …

ନୂଆଦିଲ୍ଲୀ, ୧।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୬୭ ହଜାର ୫୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧,୧୯୨ଜଣଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ସଂଖ୍ୟା ଲଗାତାର ବଢୁଥିବାରୁ ସରକାରଙ୍କ ଚିନ୍ତା ବୃଦ୍ଧି ପାଉଛି।

ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୪ ହଜାର ୭୬ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୧୭ ଲକ୍ଷ ୪୩ ହଜାର ୫୯ ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୧୧.୬ ପ୍ରତିଶତ ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୯୬ ହଜାର ୨୪୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୧୪ ଲକ୍ଷ ୬୯ ହଜାର ୪୯୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩ କୋଟି ୯୨ ଲକ୍ଷ ୩୦ ହଜାର ୧୯୮ ଜଣ ସୁସ୍ଥ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୪୨,୧୫୪ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ପଛକୁ କର୍ନାଟକ ରହିଛି। ଏଠାରେ ୨୪,୧୭୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାମିଲନାଡୁରେ ୧୯,୨୮୦, ମହାରାଷ୍ଟ୍ରରେ ୧୫,୧୪୦ , ଗୁଜୁରାଟରେ ୬,୬୭୯, ରାଜସ୍ଥାନରେ ୬,୩୬୯ ଏବଂ ଆନ୍ଧ୍ରପ୍ରଦେଶରେ ୫,୮୭୯ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୬୬ କୋଟି ୭୦ ଲକ୍ଷ ଟପିଛି। ସେଥିମଧ୍ୟରେ ୮୯ କୋଟି ୫୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୧ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri