ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୨।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୬୦ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଏହା ୯୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୮୩ ରେ ପହଞ୍ଚିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି। ଏହା ୧୩ ହଜାର ୪୪୫ ରହିଛି। ସେହିପରି ୨୪ ଘଣ୍ଟାରେ ୧ ହଜାର ୪୦୪ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୨୬୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୨୭ ହଜାର ୩୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୯୨ ହଜାର ୩୨୬ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୪୧୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଦିଲ୍ଲୀରେ ୧୩୧ ,ମହାରାଷ୍ଟ୍ରରେ ୧୨୩ ଜଣ ଏବଂ ମିଜୋରାମ୍‌ରେ ୧୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୪ କୋଟି ୫୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟି ୫୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri