ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୩୦।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୨ ହଜାର ୭୦୬ ରେ ପହଞ୍ଚିଛି।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୨୫ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ୧୭ ହଜାର ଟପିଛି। ଏହା ୧୭ ହଜାର ୬୯୮ ରହିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୭୦ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୬୧୧ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୫୫ ହଜାର ୭୪୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୧୩ ହଜାର ୪୪୦ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ କେରଳରେ ୮୪୬ ଜଣ, ମହାରାଷ୍ଟ୍ରରେ ୫୫୦ ଜଣ, ଦିଲ୍ଲୀରେ ୩୫୭ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୨୪୧ ଜଣ, ହରିୟାଣାରେ ୧୫୪ ଜଣ, ଉତ୍ତରପ୍ରଦେଶରେ ୧୪୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୩ କୋଟି ୩୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୨ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri