ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା, ଦୈନିକ ସଂକ୍ରମଣ ୨୦ ହଜାର ତଳେ…

ନୂଆଦିଲ୍ଲୀ, ୨୦।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ତେବେ ମୃତ୍ୟୁ ସଂଖ୍ୟା ପୁଣି ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୧୯ ହଜାର ୯୬୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୬୭୩ ଜଣଙ୍କ ମୃତ୍ୟୁ ଘଟିଛି। ଗତକାଲି ମୃତ୍ୟୁ ସଂଖ୍ୟା ୩୨୫ ଥିଲା।

ଗତ ୨୪ ଘଣ୍ଟାରେ ୪୮ ହଜାର ୮୪୭ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ଅଢ଼େଇ ଲକ୍ଷ ତଳେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୨ ଲକ୍ଷ ୨୪ ହଜାର ୧୮୭ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୧ ହଜାର ୯୦୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୮ ଲକ୍ଷ ୨୨ ହଜାର ୪୭୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୦ ଲକ୍ଷ ୮୬ ହଜାର ୩୮୩ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୬,୭୫୭ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୧,୬୩୫, ମିଜୋରାମରେ ୧,୩୨୬ ,କର୍ନାଟକରେ ୧,୧୩୭, ରାଜସ୍ଥାନରେ ୧,୦୭୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାମିଲନାଡୁରେ ୧,୦୫୧ ଏବଂ ମଧ୍ୟପ୍ରଦେଶରେ ୧,୦୧୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। କେରଳକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୫କୋଟି ୪୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୫ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ସଂକ୍ରମଣରୁ ଦୂରେଇ ରହିବା ପାଇଁ ସତର୍କତା ଜରୁରୀ ବୋଲି ସରକାରଙ୍କ ପକ୍ଷରୁ ସଚେତନତା ବାର୍ତ୍ତା ଲଗାତାର ଲୋକଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri