ଦୈନିକ ମୃତ୍ୟୁ ସଂଖ୍ୟା ୬୬୬ ଛୁଇଁଲା…

ନୂଆଦିଲ୍ଲୀ,୨୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୬ ହଜାର ୩୨୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୬୬୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କେବଳ କେରଳରେ ୫୬୩ ଲୋକଙ୍କର ଜୀବନ ଯାଇଛି। ସେହିପରି ୧୭ ହଜାର ୫୬୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ୨୩୧ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ ରହିଛି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୨ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୭୩ ହଜାର ୭୨୮ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨ ପ୍ରତିଶତରୁ କମ୍‌ ରହିଛି। ସକ୍ରିୟ ମାମଲା ୦.୫୨ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୩ ହଜାର ୭୦୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୦୧ କୋଟି ୧୩ ଲକ୍ଷ ୨୮ ହଜାର ୪୧୧ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୮ ଲକ୍ଷ ୪୮ ହଜାର ୪୧୭ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୯ କୋଟିରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୪ ଲକ୍ଷ ୯୫ ହଜାର ୮୦୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୧ ଲକ୍ଷ ୨୭ ହଜାର ୪୫୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri