ଦୈନିକ ମୃତ୍ୟୁ ସଂଖ୍ୟା ୬୬୬ ଛୁଇଁଲା…

ନୂଆଦିଲ୍ଲୀ,୨୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୬ ହଜାର ୩୨୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୬୬୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କେବଳ କେରଳରେ ୫୬୩ ଲୋକଙ୍କର ଜୀବନ ଯାଇଛି। ସେହିପରି ୧୭ ହଜାର ୫୬୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ୨୩୧ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ ରହିଛି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୨ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୭୩ ହଜାର ୭୨୮ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨ ପ୍ରତିଶତରୁ କମ୍‌ ରହିଛି। ସକ୍ରିୟ ମାମଲା ୦.୫୨ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୩ ହଜାର ୭୦୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୦୧ କୋଟି ୧୩ ଲକ୍ଷ ୨୮ ହଜାର ୪୧୧ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୮ ଲକ୍ଷ ୪୮ ହଜାର ୪୧୭ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୯ କୋଟିରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୪ ଲକ୍ଷ ୯୫ ହଜାର ୮୦୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୧ ଲକ୍ଷ ୨୭ ହଜାର ୪୫୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri