ଦୈନିକ ମୃତ୍ୟୁ ସଂଖ୍ୟା ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୩।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୨୨ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୬ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି। ଏହା ୧୪ ହଜାର ୮୩୨ ରହିଛି।

ସେହିପରି ୨୪ ଘଣ୍ଟାରେ ୨ ହଜାର ୯୯ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୪୫୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୩୮ ହଜାର ୩୯୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୯୯ ହଜାର ୧୦୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୨ କୋଟି ୪୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୨ କୋଟି ୪୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

ଗତ ୨୪ ଘଣ୍ଟାରେ କେରଳରେ ୫୪୫ ଜଣ, ଦିଲ୍ଲୀରେ ୩୬୫ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କେରଳରେ ୫୫୮ ଜଣ, ମହାରାଷ୍ଟ୍ରରେ ୩୨୬ ଜଣ, କର୍ନାଟକରେ ୧୬୭ ଜଣ, ହରିୟାଣାରେ ୧୬୦ ଜଣ, ଉତ୍ତରପ୍ରଦେଶରେ ୧୨୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?