ଦୈନିକ ମୃତ୍ୟୁ ସଂଖ୍ୟା ୧୦ ତଳେ…

ନୂଆଦିଲ୍ଲୀ, ୧।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୨ ହଜାର ୭୪୫ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା କମି ୧୦ ତଳେ ପହଞ୍ଚିଛି। ଏହା ୬ ରହିଛି। ଏହି ସମୟରେ ସକ୍ରିୟ ମାମଲା ପୁଣି ୧୮ ହଜାର ଟପିଛି। ଏହା ୧୮ ହଜାର ୩୮୬ ରହିଛି।

ସେହିପରି ୨୪ ଘଣ୍ଟାରେ ୨ ହଜାର ୨୩୬ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୬୩୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୬୦ ହଜାର ୮୩୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୧୭ ହଜାର ୮୧୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ କେରଳରେ ୭୨୬ ଜଣ, ମହାରାଷ୍ଟ୍ରରେ ୭୧୧ ଜଣ, ଦିଲ୍ଲୀରେ ୩୭୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୧୯୭ ଜଣ, ହରିୟାଣାରେ ୧୬୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୩ କୋଟି ୬୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୨ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri