ଦୈନିକ ମୃତ୍ୟୁ ସଂଖ୍ୟା ୩ ଶହ ତଳେ, ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୧।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂକ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିଛି। ଏହି ସମୟ ମଧ୍ୟରେ ୧୬ ହଜାର ୫୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଦେଶରେ କରୋନାରେ ଏହି ସମୟ ମଧ୍ୟରେ ୨୦୬ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୩୭ ହଜାର ୯୦୧ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୨ ଲକ୍ଷ ୨ହଜାର ୧୩୧ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୨ ହଜାର ୧୦୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୮ ଲକ୍ଷ ୩୮ ହଜାର ୫୨୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୧ ଲକ୍ଷ ୨୪ ହଜାର ୨୮୪ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୬ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୫,୪୨୭ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୧,୪୩୭, ରାଜସ୍ଥାନରେ ୧,୦୨୨, କର୍ନାଟକରେ ୧,୦୦୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମଧ୍ୟପ୍ରଦେଶରେ ୯୫୦ ଏବଂ ତାମିଲନାଡୁରେ ୯୪୯ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୫କୋଟି ୫୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୫ କୋଟି ୩୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ , ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସି

ଭୁବନେଶ୍ୱର/କୋଲକାତା, ୯/୬: ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ ବଡ଼ ଘୋଷଣା କରିଛନ୍ତି।…

ସକ୍ରିୟ ହେଲା ଘୂର୍ଣ୍ଣିବଳୟ; ୧୧ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୫ଜିଲାକୁ ଆଲର୍ଟ କଲା IMD

ଲକ୍ଷ୍ନୌ,୯।୬: ଉତ୍ତର ପ୍ରଦେଶ (UP) ରେ ପାଣିପାଗ ଏବେଠାରୁ ରୂପ ବଦଳାଇବା ଆରମ୍ଭ କଲାଣି। ବାରାଣସୀ, ପ୍ରୟାଗରାଜ, ବାନ୍ଦା ଏବଂ ଆଗ୍ରା ଭଳି ସହରଗୁଡ଼ିକରେ ପାରଦ ୪୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri