ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ…

ନୂଆଦିଲ୍ଲୀ,୨୩।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୭୨ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୩୮୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ ରହିଛି। ଏହି ସମୟ ମଧ୍ୟରେ ୪୪ ହଜାର ୧୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୭ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୩୩ ହଜାର୯୨୪ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୦ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୦୯ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୪ ହଜାର ୭୫୬ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୮ କୋଟି ୨୫ ଲକ୍ଷ ୪୯ ହଜାର ୫୯୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭ ଲକ୍ଷ ୯୫ ହଜାର ୫୪୩ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୦ କୋଟି ୭୫ ଲକ୍ଷ ୫୧ ହଜାର ୩୯୯ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୯୫ ହଜାର ୧୬୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୬ ଲକ୍ଷ ୩୬ ହଜାର ୪୬୯ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ମୋଟ ୩ କୋଟି ୨୪ ଲକ୍ଷ ୪୯ ହଜାର ୩୦୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri