ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ…

ନୂଆଦିଲ୍ଲୀ,୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତ ତଥା ମୃତ୍ୟୁ ସଂଖ୍ୟା ଅଧିକ ହେଉଛି। ଏନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

କେରଳରେ ଗତ ୨୪ ଘଣ୍ଟାରେ ୨୯,୩୨୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧୩୧ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୬୧୮ରେ ପହଞ୍ଚିଛି। ତେବେ ମୃତ୍ୟୁ ସଂଖ୍ୟା ୪ ଶହ ତଳେ ରହିଛି। ଏହି ସମୟ ମଧ୍ୟରେ କରୋନାରେ ୩୩୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୬ ହଜାର ୩୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୧ ପ୍ରତିଶତ ରହିଛି। ଅପରପକ୍ଷରେ ୪ ଲକ୍ଷ ୦୫ ହଜାର ୬୮୧ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୫ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୦ ହଜାର ୨୨୫ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୬୭ କୋଟି ୭୨ ଲକ୍ଷ ୧୧ ହଜାର ୨୦୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୮ ଲକ୍ଷ ୮୫ ହଜାର ୬୮୭ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୨ କୋଟି ୮୨ ଲକ୍ଷ ୪୦ ହଜାର ୩୮ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୭ ଲକ୍ଷ ୪ ହଜାର ୯୭୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୧ ଲକ୍ଷରୁ ଅଧିକ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୯ ଲକ୍ଷ ୪୫ ହଜାର ୯୦୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri