ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ…

ନୂଆଦିଲ୍ଲୀ,୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତ ତଥା ମୃତ୍ୟୁ ସଂଖ୍ୟା ଅଧିକ ହେଉଛି। ଏନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

କେରଳରେ ଗତ ୨୪ ଘଣ୍ଟାରେ ୨୯,୩୨୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧୩୧ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୬୧୮ରେ ପହଞ୍ଚିଛି। ତେବେ ମୃତ୍ୟୁ ସଂଖ୍ୟା ୪ ଶହ ତଳେ ରହିଛି। ଏହି ସମୟ ମଧ୍ୟରେ କରୋନାରେ ୩୩୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୬ ହଜାର ୩୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୧ ପ୍ରତିଶତ ରହିଛି। ଅପରପକ୍ଷରେ ୪ ଲକ୍ଷ ୦୫ ହଜାର ୬୮୧ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୫ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୦ ହଜାର ୨୨୫ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୬୭ କୋଟି ୭୨ ଲକ୍ଷ ୧୧ ହଜାର ୨୦୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୮ ଲକ୍ଷ ୮୫ ହଜାର ୬୮୭ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୨ କୋଟି ୮୨ ଲକ୍ଷ ୪୦ ହଜାର ୩୮ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୭ ଲକ୍ଷ ୪ ହଜାର ୯୭୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୧ ଲକ୍ଷରୁ ଅଧିକ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୯ ଲକ୍ଷ ୪୫ ହଜାର ୯୦୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri