ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ, ୨୪ ଘଣ୍ଟାରେ ୪୨ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୩୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୯୦୯ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୩୮୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୪ ହଜାର ୭୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୩ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୭୬ ହଜାର ୩୨୪ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୦୯ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୮ ହଜାର ୨୧୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୬୩ କୋଟି ୪୩ ଲକ୍ଷ ୮୧ ହଜାର ୩୫୮ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୩୧ ଲକ୍ଷ ୧୪ ହଜାର ୬୯୬ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୨ କୋଟି ୧ ଲକ୍ଷ ୪୬ ହଜାର ୫୨୫ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୪ ଲକ୍ଷ ୧୯ ହଜାର ୯୯୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୯ ଲକ୍ଷ ୨୩ ହଜାର ୪୦୫ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୭ ଲକ୍ଷ ୩୭ ହଜାର ୯୩୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତ ତଥା ମୃତ୍ୟୁ ସଂଖ୍ୟା ଅଧିକ ହେଉଛି। ଏନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୨୯,୮୩୬ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୭୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri