ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୧୩୪ ରେ ପହଞ୍ଚିଛି। ସେହିପରି ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ ରହିଛି। ଏହି ସମୟ ମଧ୍ୟରେ କରୋନାରେ ୪୨୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୯ ହଜାର ୯୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୩୬ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୪ ଲକ୍ଷ ୧୩ ହଜାର ୭୧୮ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୯ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୪ ହଜାର ୭୭୩ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୪୭ କୋଟି ୨୨ ଲକ୍ଷ ୨୩ ହଜାର ୬୩୯ ଜଣ ଲୋକଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୬ କୋଟି ୯୬ ଲକ୍ଷ ୪୫ ହଜାର ୪୯୪ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୮ ଲକ୍ଷ ୫୭ ହଜାର ୬୪୭ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଇତିମଧ୍ୟରେ ୩ କୋଟି ୧୬ ଲକ୍ଷ ୯୫ ହଜାର ୯୫୮ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri